ବନ୍ୟା କ୍ଷୟକ୍ଷତି ରିପୋର୍ଟ: ୧୪ ହଜାରରୁ ଅଧିକ ଘର କ୍ଷତିଗ୍ରସ୍ତ
ଆସିଲା ବନ୍ୟା କ୍ଷୟକ୍ଷତି ରିପୋର୍ଟ । ରାଜ୍ୟରେ ଗତ ମାସରେ ଆସିଥିବା ପ୍ରଳୟଙ୍କରୀ ବର୍ଷା ଓ ବନ୍ୟାରେ ୨୪ଟି ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି ।
ଭୁବନେଶ୍ୱର: ଆସିଲା ବନ୍ୟା କ୍ଷୟକ୍ଷତି ରିପୋର୍ଟ । ରାଜ୍ୟରେ ଗତ ମାସରେ ଆସିଥିବା ପ୍ରଳୟଙ୍କରୀ ବର୍ଷା ଓ ବନ୍ୟାରେ ୨୪ଟି ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି । ବନ୍ୟା ଯୋଗୁଁ ୧୪,୨୩୫ଟି ବାସଗୃହ ନଷ୍ଟ ହୋଇଛି । ୧ ଲକ୍ଷ ୨୬ହଜାର,୧୬୨ ହେକ୍ଟର ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି । ୨୮ ହଜାର ହେକ୍ଟର ମାଛପୋଖରୀ, ୧୨୩୬ ଗୁହାଳ କ୍ଷତିଗ୍ରସ୍ତ । ସେହିଭଳି ଘର ନିର୍ମାଣ, କୃଷି ସହାୟତା ଆଦି ପାଇଁ ୧୨୮.୫୮ କୋଟି ଟଙ୍କା ମଞ୍ଜୁର ହୋଇଛି ।

ମିଳିଥିବା ସୂଚନା ଅନୁସାରେ, ବନ୍ୟା ଓ ପ୍ରବଳ ବର୍ଷା ଦ୍ୱାରା ହୋଇଥିବା କ୍ଷୟକ୍ଷତିର ଆକଳନ ସମ୍ପୃକ୍ତ ଜିଲ୍ଲା ଓ ବିଭାଗମାନଙ୍କୁ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା । ବର୍ଷା ଓ ବନ୍ୟାରେ ୨୪ଟି ଜିଲ୍ଲା କ୍ଷତିଗ୍ରସ୍ତ ହୋଇଛି । ସେହି ଜିଲ୍ଲାର ଜିଲ୍ଲାପାଳମାନଙ୍କଠାରୁ ମିଳିଥିବା କ୍ଷୟକ୍ଷତି ଆକଳନ ତଥ୍ୟ ଅନୁଯାୟୀ ୧୪,୨୩୫ଟି ବାସଗୃହ, ୧୨୩୬ଟି ଗାଈ ଗୁହାଳ କ୍ଷତିଗ୍ରସ୍ତ ହୋଇଅଛି । ସେହିପରି ୧,୨୬,୧୬୨ ହେକ୍ଟର ଚାଷ ଜମିରେ ୩୩%ରୁ ଊର୍ଦ୍ଧ୍ୱ ଫସଲ ହାନି ହୋଇଥିବାବେଳେ ୫୦୩୬ ହେକ୍ଟର ଚାଷ ଜମି ବାଲିଚର, ୧୧୨୫ଟି ଡଙ୍ଗା ଓ ଜାଲ, ୨୮.୩୮୨ ହେକ୍ଟର ମାଛ ପୋଖରୀ ଓ ୪୮୩.୧୪୫ ହେକ୍ଟର ମାଛ ଜାଆଁଳ ଚାଷ ନଷ୍ଟ ହୋଇଛି । ସେହିପରି ଜଳବନ୍ଦୀ ଯୋଗୁ ପ୍ରଭାବିତ ଲୋକମାନଙ୍କୁ ଖାଦ୍ୟ ସହାୟତା ବାବଦକୁ ଅଦ୍ୟାବଧି ଜିଲ୍ଲାପାଳମାନଙ୍କୁ ୯୯ କୋଟି ୯୨ ଲକ୍ଷ ୯୭ ହଜାର ଟଙ୍କା ମଞ୍ଜୁର କରାଯାଇଛି ।
ଜିଲ୍ଲାପାଳମାନଙ୍କର କ୍ଷୟକ୍ଷତିର ଆକଳନକୁ ଭିତ୍ତିକରି ଓ ବିପର୍ଯ୍ୟୟ ସହାୟତା ପାଣ୍ଠିର ସର୍ତ୍ତ ଓ ନିୟମାବଳୀ ଅନୁଯାୟୀ ଘର ନିର୍ମାଣ ସହାୟତା, ବାସନକୁସନ ସହାୟତା, କୃଷିଭତ୍ତିକ ସହାୟତା, ବାଲିଚର ସହାୟତା, ମୃତ ଗୋରୁଗାଈଙ୍କ ପାଇଁ ସହାୟତା, କ୍ଷତିଗ୍ରସ୍ତ ଡଙ୍ଗା ଓ ଜାଲ, ମତ୍ସ୍ୟପୋଖରୀ, ମତ୍ସ୍ୟଜାଆଁଳ ଚାଷ, ହସ୍ତତନ୍ତ ବୁଣାକାର, ହସ୍ତଶିଳ୍ପ କାରିଗର, ରେଶମ ଚାଷୀଙ୍କ ପାଇଁ ସହାୟତା ବାବଦକୁ ୧୨୮ .୫୮ କୋଟି ଟଙ୍କା ରାଜ୍ୟ ସରକାରଙ୍କ ପକ୍ଷରୁ ଜିଲ୍ଲାଗୁଡ଼ିକୁ ପ୍ରଦାନ କରାଯାଇଛି ।
ରାଜ୍ୟର ୨୪ଟି ଜିଲ୍ଲା ଯଥା- ଅନୁଗୁଳ, ବରଗଡ଼, ବୌଦ୍ଧ, ନୟାଗଡ, ସମ୍ବଲପୁର, ସୁବର୍ଣ୍ଣପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, ଭଦ୍ରକ ବାଲେଶ୍ୱର, ଯାଜପୁର, କେଉଁଝର, ମୟୁରଭଞ୍ଜ, ବଲାଙ୍ଗିର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ,କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ ସୁନ୍ଦରଗଡ଼ ପ୍ରଭାବିତ ହୋଇଛି ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications