For Quick Alerts
Turn On Notification  
For Daily Alerts
Oneindia App Download

ଶିମିଳିପାଳରେ ନିଆଁ: ସତର୍କ ସହ ପ୍ରତିଷେଧ ମୂଳକ ପଦକ୍ଷେପ ନେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଶିମିଳିପାଳ ଅଭୟାରଣ୍ୟ ଅଗ୍ନିକାଣ୍ଡ ଜନିତ ପରିସ୍ଥିତି ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଥିଲେ ।

|

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଶିମିଳିପାଳ ଅଭୟାରଣ୍ୟ ଅଗ୍ନିକାଣ୍ଡ ଜନିତ ପରିସ୍ଥିତି ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିମିଳିପାଳ କେବଳ ଓଡିଶା ବା ଭରତର ନୁହେଁ ଏହା ସମଗ୍ର ବିଶ୍ଵର ଏକ ଅମୂଲ୍ୟ ସମ୍ପଦ । ତେଣୁ ଏହାର ସୁରକ୍ଷା ପାଇଁ ସତର୍କ ରହିବା ସହ ପ୍ରତିଷେଧ ମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦେଶ ଦେଇଥିଲେ ।

Similipal Fire

ଶିମିଳିପାଳ ଅଭୟାରଣ୍ୟ ପରିସ୍ଥିତି ସମ୍ପର୍କରେ ବୈଠକରେ ସୂଚନା ଦେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ଜଙ୍ଗଲ ଓ ପରିବେଶ ବିଭାଗ ଡା. ମୋନା ଶର୍ମା କହିଥିଲେ ଯେ ଶିମିଳିପାଳରେ ଲାଗିଥିବା ନିଆଁ ନିୟନ୍ତ୍ରଣାଧୀନ ଅଛି । ଏଥିରେ କୌଣସି ଜୀବନ ହାନି ଘଟି ନାହିଁ । ନିଆଁ କୁ ନିୟନ୍ତ୍ରଣ କରିବା ପାଇଁ SOP ଜାରି କର ଯାଇଛି ଏବଂ ବଡ ବଡ ଗଛ ମାନଙ୍କର କିଛି କ୍ଷତି ହୋଇନାହିଁ । Fire Alert ସମ୍ପର୍କରେ ପ୍ରତି ସନ୍ଧ୍ଯାରେ ରାଜ୍ୟ ସରକାରଙ୍କୁ ଓ ଜିଲ୍ଲାପାଳଙ୍କୁ ଅବଗତ କରିବା ପାଇଁ DFOଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଡା ମୋନା ଶର୍ମା କହିଛନ୍ତି ।

PCCF Wildlife ଘଟଣା ସ୍ଥଳରେ ଉପସ୍ଥିତ ଅଛନ୍ତି ଏବଂ ପରିସ୍ଥିତି ଉପରେ ନଜର ରଖିଛନ୍ତି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Odisha Forest Fire: Chief Minister has instructed to take precautionary measures with caution
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X