ଆଜିଠୁ ରାଜ୍ୟରେ ପୁଣି ବର୍ଷା, ଚିନ୍ତାରେ ଚାଷୀ
Odisha Weather: ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଜିଠୁ ପୁଣି ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ଦୁଇ ଦିନ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଜି ରାଜ୍ୟର ୭ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ସେହିପରି ଆସନ୍ତାକାଲି ୧୧ ଜିଲ୍ଲାରେ ହାଲୁକା ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗ ସୂଚନା ଅନୁସାରେ, ଆଜି ଗଞ୍ଜାମ, ଗଜପତି, ଜଗତସିଂହପୁର, କୋରାପୁଟ, କେନ୍ଦ୍ରାପଡା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ସେହିପରି ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, ବୌଦ୍ଧ, ଯାଜପୁର, କଟକ, ନୟାଗଡ଼, କଳାହାଣ୍ତି, ମାଲକାନଗିରି ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୬ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଆଶଙ୍କା ରହିଛି ।
ସେପଟେ ଅଦିନିଆ ବର୍ଷା ଯୋଗୁ ଚିନ୍ତାରେ ଚାଷୀ। ବର୍ଷ ଯୋଗୁଁ ଧାନ ଫସଲ ବ୍ୟାପକ ପରିମାଣରେ ନଷ୍ଟ ହେଉଛି । ବର୍ଷା ଦାଉରୁ ନିଜ ଅମଳ ଫସଲକୁ ସୁରକ୍ଷିତ ରଖିବା ପାଇଁ ନାହିଁ ନଥିବା ପରିଶ୍ରମ କରୁଛି ଚାଷୀ ।












Click it and Unblock the Notifications