ସମ୍ଭାବ୍ୟ ବାତ୍ୟା ପାଇଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍
ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି । ବାତ୍ୟା ପାଇଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି । ଉପକୂଳବର୍ତ୍ତୀ ଜିଲ୍ଲା ସହ ଗଜପତି ଜିଲ୍ଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି । ବାତ୍ୟା ପାଇଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି । ଉପକୂଳବର୍ତ୍ତୀ ଜିଲ୍ଲା ସହ ଗଜପତି ଜିଲ୍ଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସମ୍ଭାବ୍ୟ ବାତ୍ୟାକୁ ନେଇ ଆଜି ଅପରାହ୍ନ ୪ଟାରେ ବସୁଛି ଉଚ୍ଚସ୍ତରୀୟ ବୈଠକ । ଅପରାହ୍ନ ବୈଠକରେ ୭ ଜିଲ୍ଲାର ଜିଲ୍ଲାପାଳ ବୈଠକରେ ସାମିଲ ହେବେ । ସ୍ବତନ୍ତ୍ର ରିଲିଫ କମିଶନର ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ପୂର୍ବ ପ୍ରସ୍ତୁତି ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ । ବାତ୍ୟା ଆସିଲେ ଉଦ୍ଧାର କାର୍ଯ୍ୟରୁ କିପରି ତ୍ବରାନ୍ବିତ କରାଯିବ, ଗ୍ରାଉଣ୍ଡ ଜିରୋରେ କିଭଳି ଲୋକଙ୍କୁ ସତର୍କ କରାଯିବ, ସେନେଇ ଆଲୋଚନା ହେବ।
ତେବେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି । ଏ ନେଇ ଟ୍ୱିଟ୍ କରି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଉତ୍ତର ଆଣ୍ଡାମାନ ସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ହେବା ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ଲଘୁଚାପ । ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଅବପାତର ରୂପ ନେଇପାରେ । ପରବର୍ତ୍ତୀ ସମୟରେ ଆହୁରୀ ଘନିଭୁତ ହେବାର ଆଶଙ୍କା ରହିଛି ।












Click it and Unblock the Notifications