Get Updates
Get notified of breaking news, exclusive insights, and must-see stories!

ବିପର୍ଯ୍ୟୟ ଓ ମହାମାରୀ ପରିଚାଳନା ପାଇଁ ସମସ୍ତ ସରକାରୀ କର୍ମଚାରୀଙ୍କୁ ଦିଆଯିବ ତାଲିମ

ଭୁବନେଶ୍ୱର: ଗତ ୨୯ ମେ ୨୦୨୧ରେ ରାଜ୍ୟ ମନ୍ତ୍ରୀ ପରିଷଦର ଏକ ଐତିହାସିକ ନିଷ୍ପତ୍ତି କ୍ରମେ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କଠାରୁ ଆରମ୍ଭ କରି ଗ୍ରୁପ୍‌-ଡି ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କୁ ବିପର୍ଯ୍ୟୟ ଏବଂ ମହାମାରୀ ପରିଚାଳନା ସମ୍ବନ୍ଧୀୟ ତାଲିମ୍‌ ଦିଆଯିବ । ଏହି ନିଷ୍ପତ୍ତି ଅନୁପାଳନପୂର୍ବକ ବିପର୍ଯ୍ୟୟ ଏବଂ ମହାମାରୀ ପରିଚାଳନା ନିମନ୍ତେ ଉକ୍ତ ବିଷୟ ସମ୍ବନ୍ଧୀୟ ପାଠ୍ୟକ୍ରମ ବିକଶିତ କରାଯାଉଛି ।

Pandemic Management

ଗ୍ରୁପ୍‌-ଡି ସ୍ତରର ସମସ୍ତ କର୍ମଚାରୀଙ୍କ ପାଇଁ ଯେଉଁ ପାଠ୍ୟକ୍ରମ ନିର୍ଦ୍ଧାରିତ ହେବ, ତାହା କ୍ରମାଗତ ଭାବେ ବୃଦ୍ଧି ହୋଇ ଗ୍ରୁପ୍‌-ଏ ସ୍ତରର କର୍ମଚାରୀ ମାନେ ମଧ୍ୟ ସମସ୍ତ ପାଠ୍ୟକ୍ରମକୁ ସଂପୂର୍ଣ୍ଣ କରିବେ । ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ, ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ, ସମ୍ବଲପୁର ଓ ଉଚ୍ଚଶିକ୍ଷା ବିଭାଗର ସହଭାଗିତାରେ ଏକ ତ୍ରିପାକ୍ଷିକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ, ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଏସଆରସି ସତ୍ୟବ୍ରତ ସାହୁ, ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ, ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ସରୋଜ କୁମାର ସାମଲ, ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ, ସମ୍ବଲପୁରର କୁଳପତି ପ୍ରଫେସର ଅର୍କ କୁମାର ଦାସମହାପାତ୍ରଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା ।

ଓସ୍‌ଡମା ପକ୍ଷରୁ ପରିଚାଳନା ନିର୍ଦ୍ଦେଶକ ଡ. ଜ୍ଞାନ ଦାସ, ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ୱତନ୍ତ୍ର ସଚିବ ବୀରେନ୍ଦ୍ର କୋରକରା ଏବଂ ଓଡ଼ିଶା ରାଜ୍ୟ ମୁକ୍ତ ବିଦ୍ୟାଳୟ, ସମ୍ବଲପୁରଙ୍କ ପକ୍ଷରୁ ରେଜିଷ୍ଟ୍ରାର ପ୍ରଫେସର ମାନସ ରଞ୍ଜନ ପୂଜାରୀ ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିଲେ । ତାଲିମ୍‌, ଦକ୍ଷତା ବୃଦ୍ଧି ଏବଂ ପାଠ୍ୟକ୍ରମ ପ୍ରସ୍ତୁତ କରିବାରେ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ବୈଷୟିକ ସହାୟତା ପ୍ରଦାନ କରିବ । ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ବିଭିନ୍ନ ବିଭାଗ ସ୍ତରୀୟ ସରକାରୀ (ଗ୍ରୁପ-ଏ, ଗ୍ରୁପ୍‌-ବି, ଗ୍ରୁପ-ସି ଏବଂ ଗ୍ରୁପ୍‌- ଡି) କର୍ମଚାରୀମାନଙ୍କର ଦକ୍ଷତା ବୃଦ୍ଧି କରିବା ଏହି ମିଳିତ ପ୍ରୟାସର ମୁଖ୍ୟ ଉଦ୍ଦେଶ୍ୟ । ନିର୍ଦ୍ଦେଶାବଳୀ ଅନୁଯାୟୀ ଏହି ପାଠ୍ୟକ୍ରମକୁ ମୁକ୍ତ ଏବଂ ଦୂର ଶିକ୍ଷା ନିମନ୍ତେ ଶିକ୍ଷଣ ପରିଚାଳନା ବ୍ୟବସ୍ଥା ପ୍ଲାଟଫର୍ମରେ ଅନ୍‌-ଲାଇନ୍‌ରେ ମାଧ୍ୟମରେ ଏହି ଚାରିଗୋଟିର ଡିଜାଇନ୍‌ ଏବଂ ବିକାଶ କରାଯାଇଛି ।

ଏଥି ସହ ଶିକ୍ଷାର୍ଥୀମାନଙ୍କର ଡାଟାବେସ୍‌ ବିକାଶ, ସେମାନଙ୍କର ଅଗ୍ରଗତିକୁ ନିରୀକ୍ଷଣ କରିବା ଏବଂ ଅନଲାଇନ୍‌ ପାଠ୍ୟକ୍ରମର ସମାପ୍ତି ପରେ ପ୍ରମାଣପତ୍ର ପ୍ରଦାନ ନିମନ୍ତେ ଏକ ୱେବ୍‌ ଆଧାରିତ ଆପ୍ଲିକେଶନ ବିକଶିତ କରାଯାଇଛି । ଅନଲାଇନ୍‌ ପାଠ୍ୟକ୍ରମକୁ ଅଧିକ ପ୍ରଭାବୀ ଏବଂ ଆଗ୍ରହପୂର୍ଣ୍ଣ କରିବା ନିମନ୍ତେ ଦୃଶ୍ୟ-ଶ୍ରାବ୍ୟ ପରି ଶିକ୍ଷଣ ସାମଗ୍ରୀ ଏବଂ ମଲ୍‌ଟିମିଡିଆ ଶିକ୍ଷଣ ପ୍ୟାକେଜ୍‌ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଛି । ବିପର୍ଯ୍ୟୟ ପରିଚାଳନା ପାଠ୍ୟକ୍ରମର ଆବଶ୍ୟକତାଭିତ୍ତିକ ମୂଲ୍ୟାୟନ ପାଇଁ ଅଧିକାରୀମାନଙ୍କର ମୂଲ୍ୟାଙ୍କନ, ପ୍ରମାଣପତ୍ର ଏବଂ ଅଧ୍ୟୟନ ରିପୋର୍ଟ ପ୍ରସ୍ତୁତ କରାଯିବ । ଏହି ତାଲିମ୍‌ଗୁଡିକ ପାଇଁ ମନୋନୀତ ଶିକ୍ଷାନୁଷ୍ଠାନରୁ ବିପର୍ଯ୍ୟୟ ପରିଚାଳନାରେ ଦକ୍ଷତା ତଥା ଅଭିଜ୍ଞତା ଥିବା ଶିକ୍ଷକ ଏବଂ ଅଭିଜ୍ଞତାସଂପନ୍ନ କାର୍ଯ୍ୟରତ ବ୍ୟକ୍ତିଙ୍କୁ ଚୟନ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+