Get Updates
Get notified of breaking news, exclusive insights, and must-see stories!

ଏଣିକି ଏହି ସବୁ ସ୍ଥାନରେ ମାସ୍କ ବ୍ୟବହାର ବାଧ୍ୟତାମୂଳକ, ରାଜ୍ୟ ସରକାରଙ୍କ କଡା ନିର୍ଦ୍ଦେଶ

ଭୁବନେଶ୍ୱର: ପୁଣି ଡରାଇଲାଣି କରୋନା । ରାଜ୍ୟରେ ଧିରେ ଧିରେ ବଢିବାରେ ଲାଗିଛି କୋଭିଡ଼ ସଂକ୍ରମଣ । ତେଣୁ ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ଆଜି (ସୋମବାର) ବଡ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏଣିକି ଏହି ସବୁ ସ୍ଥାନରେ ମାସ୍କ ବ୍ୟବହାର ବାଧ୍ୟତାମୂଳକ କରାଯାଇଛି ।

Masks Usage

ସମସ୍ତ ସ୍ୱାସ୍ଥ୍ୟ ପ୍ରତିଷ୍ଠାନରେ ମାସ୍କର ବ୍ୟବହାରକୁ କାର୍ଯ୍ୟକାରୀ କରିବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି । ସମସ୍ତ ସ୍ୱାସ୍ଥ୍ୟ ସେବା ପ୍ରଦାନକାରୀ, ଅଧିକାରୀ, ଲାବୋରେଟୋରୀ ସେବା ପ୍ରଦାନ କରୁଥିବା ବ୍ୟକ୍ତିମାନେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ବିଟ କରି ଅବଗତ କରାଯାଇଛି ।

ସୂଚନାଥାଉ କି, ଆଜି ରାଜ୍ୟରେ ୩୮୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୩୦୩୨କୁ ବୃଦ୍ଧି ପାଇଛି । ସେହିପରି ଦିନକରେ ସୁସ୍ଥ ହୋଇଛନ୍ତି ୨୭୬ କରୋନା ଆକ୍ରାନ୍ତ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+