ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ମୃତ୍ୟୁ ଜନିତ ଅନୁକମ୍ପା ମୂଳକ ସହାୟତା ରାଶି ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ୱର: ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଖୁସି ଖବର । ଅନୁକମ୍ପାମୂଳକ ସହାୟତା ରାଶିରେ ବୃଦ୍ଧି କଲେ ରାଜ୍ୟ ସରକାର । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।

ଏହି ନିଷ୍ପତ୍ତି ଅନୁଯାୟୀ ଦାୟିତ୍ବ ପାଳନ ସମୟରେ କର୍ମଚାରୀ ମାନଙ୍କ ମୃତ୍ୟୁ ଘଟିଲେ ସେ କ୍ଷେତ୍ରରେ ସହାୟତା ରାଶିର ପରିମାଣକୁ ବର୍ତ୍ତମାନର ୪ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।












Click it and Unblock the Notifications