Get Updates
Get notified of breaking news, exclusive insights, and must-see stories!

ନୂଆପଡ଼ା ଟ୍ରମା କେୟାର୍ ସେଣ୍ଟର ପାଇଁ ୭୫.୭୦ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର: ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଧୂନିକ ଟ୍ରମା କେଆର୍ କେନ୍ଦ୍ର ନିର୍ମାଣ ନିମନ୍ତେ ରାଜ୍ୟ ସରକାର ୭୫.୭୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ପ୍ରକଳ୍ପର ଖର୍ଚ୍ଚ ଆକଳନକୁ ପ୍ରଶାସନିକ ଅନୁମୋଦନ ଦେଇ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଶାଳିନୀ ପଣ୍ଡିତ୍ ସଂପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Odisha Government

ମିଳିଥିବା ସୂଚନାରୁ ଜଣାପଡ଼ିଛି ଏହି କେନ୍ଦ୍ରକୁ ଏକ ଲେଭେଲ୍-୩ ଟ୍ରମା କେୟାର ସେଣ୍ଟର୍ ଭାବେ ବିକଶିତ କରାଯିବ । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ନିୟମାବଳୀ ଅନୁଯାୟୀ ଏଥିରେ ଅତ୍ୟାଧୂନିକ ଚିକିତ୍ସା ଉପକରଣ, ଆଇସିୟୁ ପର୍ଯ୍ୟବେକ୍ଷଣ କକ୍ଷ, ଲ୍ୟାବ୍ ଓ ଇମେଜିଂ ଆଦିର ବ୍ୟବସ୍ଥା ରହିବ ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସରକାରୀ ହସ୍ପିଟାଲମାନଙ୍କରେ ୧୦୬ ଟି ଟ୍ରମା କେୟାର ସେଣ୍ଟର୍ ବ୍ୟବସ୍ଥା କରାଯାଇଛି । ଏସବୁରେ ୧୫୬୦ ଟି ବେଡ଼୍ ରହିଛି । ଏହାଛଡ଼ା ୧୮ ଟି ଘରୋଇ ସ୍ପେସାଲିଷ୍ଟ୍ ହସ୍ପିଟାଲର ଟ୍ରମା କେନ୍ଦ୍ରକୁ ମଧ୍ୟ ଟ୍ରମା କେୟାର ଚିକିତ୍ସା ନିମନ୍ତେ ତାଲିକା ଅନ୍ତର୍ଭୁକ୍ତ କରାଯାଇଛି । ସୂଚନାଯୋଗ୍ୟ ଦୂର୍ଘଟଣାଗ୍ରସ୍ତ ଲୋକଙ୍କୁ ଘରୋଇ ହସ୍ପିଟାଲ୍ ଟ୍ରମା ସେଣ୍ଟର୍ ମାନଙ୍କରେ ଦେୟମୁକ୍ତ ଚିକିତ୍ସା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଟ୍ରମା କେୟାର୍ ଦେୟମୁକ୍ତ ଚିକିତ୍ସା ପାଣ୍ଠିର ବ୍ୟବସ୍ଥା ମଧ୍ୟ କରାଯାଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+