Get Updates
Get notified of breaking news, exclusive insights, and must-see stories!

୫ ବର୍ଷରେ ୩ ହଜାର କୋଟି କ୍ଷତି ସହିଲା ଓଡ଼ିଶା ସରକାର, ପୂର୍ବ ସରକାର ଉପରେ ବର୍ଷିଲେ ସ୍ବାସ୍ଥ୍ୟ ମନ୍ତ୍ରୀ

ଆୟୁଷ୍ମାନ ଭାରତ' ଶୁଭାରମ୍ଭ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସମ୍ବୋଧନ । ପୂର୍ବ ସରକାର ଉପରେ ବର୍ଷିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ' । ବିଗତ ସରକାର ଆୟୁଷ୍ମାନ ଯୋଜନା ଲାଗୁ କରି ନଥିଲେ'। ମୋଦି ଶ୍ରେୟ ନେଇଯିବା ଭୟରେ ଜାଣିଶୁଣି ଲାଗୁ କଲେନି'। ୨୦୧୮ରେ ଯୋଜନାର ଶୁଭାରମ୍ଭ ହେଲା, କିନ୍ତୁ ଓଡ଼ିଶା ସରକାର ଗ୍ରହଣ କଲେନି'। ଯାହା ପାଇଁ'୫ ବର୍ଷରେ ଓଡ଼ିଶା ସରକାର ୩ ହଜାର କୋଟି କ୍ଷତି ସହିଲା' ।

mukesh mahaling

ସୂଚନାନୁଯାୟୀ, ରାଜ୍ୟରେ ୧.୦୩ କୋଟିରୁ ଊର୍ଦ୍ଧ୍ବ ପରିବାରର ୩.୪୬ କୋଟି ଲୋକଙ୍କ ପାଇଁ ଏହି ଯୋଜନା ସମର୍ପିତ। ପରିବାରର ପ୍ରତ୍ୟେକ ସଦସ୍ୟଙ୍କୁ ମିଳିବ ଯୋଜନାର କାର୍ଡ। ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଓ ମହିଳାଙ୍କ ପାଇଁ ପରିବାର ପିଛା ବାର୍ଷିକ ଅତିରିକ୍ତ ୫ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ମିଳିବ।

ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ୭୦ ବର୍ଷ କିମ୍ବା ୭୦ ବର୍ଷରୁ ଊର୍ଦ୍ଧ୍ବ ବରିଷ୍ଠ ନାଗରିକଙ୍କୁ ମିଳିବ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ବରିଷ୍ଠ ମହିଳାଙ୍କ ପାଇଁ ପରିବାର ପିଛା ବାର୍ଷିକ ଅତିରିକ୍ତ ୫ ଲକ୍ଷ ଟଙ୍କାର ସହାୟତା। ଦେଶର ସବୁ ରାଜ୍ୟର ୨୯ ହଜାରରୁ ଊର୍ଦ୍ଧ୍ବ ସରକାରୀ ଓ ପଞ୍ଜିକୃତ ଘରୋଇ ଚିକିତ୍ସାଳୟରେ ଏହି କାର୍ଡ ଦେଖାଇଲେ ମିଳିବ ମାଗଣା ସ୍ୱାସ୍ଥ୍ୟସେବା। ଓଡ଼ିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+