ବିହାର ଭବନ ପାଇଁ ସମ୍ପୂର୍ଣ୍ଣ ମାଗଣାରେ ପୁରୀରେ ଜମି ଦେବେ ରାଜ୍ୟ ସରକାର
ଭୁବନେଶ୍ୱର: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଆଜି ମଧ୍ୟାହ୍ନରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଦୁଇ ମୁଖ୍ୟମନ୍ତ୍ରୀ ମଧ୍ୟାହ୍ନ ଭୋଜନରେ ପ୍ରାୟ ଏକ ଘଣ୍ଟିଆ ବୈଠକ ସମୟରେ ଅନେକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି ।

ତେବେ ବୈଠକ ପରେ ଦୁଇ ମୁଖ୍ୟମନ୍ତ୍ରୀ ଏକାଠି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ପୁରୀରେ ବିହାର ଭବନ ପାଇଁ ଓଡିଶା ସରକାର ବିହାର ସରକାରଙ୍କୁ ଦେଢ ଏକର ଜମି ମାଗଣାରେ ଯୋଗାଇ ଦେବେ । ଜଗନ୍ନାଥ ଧାମ ପୁରୀକୁ ଆସୁଥିବା ବିହାରର ଲୋକମାନଙ୍କ ରହଣି ସୁବିଧା ପାଇଁ ବିହାର ସରକାର ବିହାର ଭବନ ନିର୍ମାଣ ପାଇଁ ଇଚ୍ଛା ପ୍ରକାଶ କରିଥିଲେ । ଏହି ଘୋଷଣା ପାଇଁ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
ସୂଚନାଯୋଗ୍ୟ ଯେ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଆଜି ମଧ୍ୟାହ୍ନରେ ସିଧା ବିମାନବନ୍ଦରକୁ ଆସି ନବୀନ ନିବାସରେ ପହଞ୍ଚିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିହାର ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ଆପ୍ୟାୟିତ କରିଥିଲେ ।












Click it and Unblock the Notifications