Get Updates
Get notified of breaking news, exclusive insights, and must-see stories!

ଦୁର୍ନୀତିଖୋର ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ,ବିଦାହେଲେ ୯ ଅଧିକାରୀ

Odisha:ଦୁର୍ନୀତିଖୋର ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ,According to reports, the officials were given permanent retirement and two others suspended as instructed By Naveen Patnaik who has been always

ଭୁବନେଶ୍ୱର:ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ୯ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ । ୫ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ୨ ଜଣଙ୍କୁ ଚାକିରୀରୁ ବହିଷ୍କାର କରିାଯିବା ସହ ୨ ଜଣଙ୍କ ପେନ୍‌ସନ୍‌ ସ୍ଥାୟୀଭାବେ ବନ୍ଦ କରାଯାଇଛି । ଏମାନଙ୍କ ମଧ୍ୟରେ ଜଣେ ସୁପରିନ୍‌ଟେଣ୍ଡିଂ ଇଞ୍ଜିନିୟର,୨ ଜଣ ଏକଜିକ୍ୟୁଟିଭ ଇଞ୍ଜିନିୟର,୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଜୁନିଅର ଇଞ୍ଜିନିୟର, ଜଣେ ଓ.ଏ.ଏସ୍ ଅଧିକାରୀ, ଜଣେ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଏବଂ ଜଣେ ସାମାଜିକ ଶିକ୍ଷା ସଂଗଠକ ସାମିଲ ଅଛନ୍ତି ।

Naveen Patnaik

ପୂର୍ବରୁ ୧୬୪ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ବେଳେ ଏହି ୯ ଜଣଙ୍କୁ ମିଶାଇ ଏପର୍ଯ୍ୟନ୍ତ ସମୁଦାୟ ୧୭୩ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଚାକିରୀରୁ ବହିଷ୍କୃତ ହୋଇଥିବା ଅଧିକାରୀଙ୍କ ମଧ୍ୟରେ ଅଛନ୍ତି ମାଲକାନଗିରିର ଗ୍ରାମ୍ୟ ଉନ୍ନୟନ ଡିଭିଜନ-୧ର ପୂର୍ବତନ ସୁପରିଟେଣ୍ଡିଂ ଇଞ୍ଜିନିୟର ଆଶିଷ କୁମାର ଦାଶ । ୧୦ ଲକ୍ଷ ୨୩ ହଜାର ଟଙ୍କା ଲାଞ୍ଚ ନେଇଥିବା ବେଳେ ଧରିଲା ଭିଜିଲାନ୍ସ । ୮ କୋଟି ୬୩ ଲକ୍ଷ ଟଙ୍କାର ସମ୍ପତ୍ତି ଠାବ । ସେହିପରି ଭଦ୍ରକ ଗ୍ରାମ୍ୟ ଉନ୍ନୟନ ଡିଭିଡନ-୧ର ପୂର୍ବତନ ଏକ୍‌ଜ୍ୟୁକିଟିଭ ଇଞ୍ଜିନିୟର ମାନସ ରଂଜନ ମହାନ୍ତି ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଥିଲେ । ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରାପଡ଼ିଥିଲେ ଏହାଛଡା ତାଙ୍କ ପାଖରେ ୩ କୋଟି ୯୦ ଲକ୍ଷ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ମଧ୍ୟ ଥିଲା । କଟକ ଗଣ୍ଡରପୁର ଡ୍ରେନେଜ୍‌ ଡିଭିଜନର ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ମନୋଜ କୁମାର ବେହେରା , କେନ୍ଦୁଝର ଜିଲ୍ଲା ସାଳପଡାସ୍ଥିତ ବୈତରଣୀ ଜଳସେଚନ ଡିଭିଜନର ଆସିଷ୍ଟାଣ୍ଟ ଇଞ୍ଜିନିୟର ଉମେଶ କୁମାର ଶାଶିନୀ । ଉମରକୋଟ ସଡକ ଓ କୋଠାବାଡି ଆସିଷ୍ଟାଣ୍ଟ ଇଞ୍ଜିନିୟର ବିଶୁଦ୍ଧାନନ୍ଦ ବେହେରା । ପାରଳାଖେମୁଣ୍ଡିର ଅବସରପ୍ରାପ୍ତ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଜଳଧର ମଲ୍ଲିକ ଓ ବାଲେଶ୍ବର ଜିଲ୍ଲାରେ ଡେପୁଟି କଲେକ୍ଟର ସବିତା ସାହୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ସେହିପରି ବଲାଙ୍ଗୀର ଜିଲ୍ଲାର ପୂର୍ବତନ ସାମାଜିକ ଶିକ୍ଷା ସଂଗଠକ ପ୍ରଭାସିନୀ ବାବୁ ଏବଂ ଗଞ୍ଜାମ ଜିଲ୍ଲା ରୁରାଲ ୱାର୍କ୍ସ ଡିଭିଜନ-୨ର ଜୁନିଅର ଇଞ୍ଜିନିୟର ତ୍ରିନାଥ ସେଠୀଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ୯ ହଜାର ଟଙ୍କା ଲାଞ୍ଚ ମାମଲାରେ ଦେଷୀ ସାବ୍ୟସ୍ତ ହୋଇଛନ୍ତି । ଏଥିପାଇଁ ତାଙ୍କ ପେନସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+