For Quick Alerts
Turn On Notification  
For Daily Alerts
Oneindia App Download

ମହାମାରୀ ସମୟରେ ଅନାଥ ପିଲାଙ୍କ ଶିକ୍ଷା ଖର୍ଚ୍ଚ ଉଠାଇବେ ରାଜ୍ୟ ସରକାର

ମହାମାରୀ କରୋନା ସମୟରେ ଅନାଥ ପିଲାଙ୍କ ଶିକ୍ଷା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ଅନାଥ ଶିଶୁ ରାଜ୍ୟ ସରକାରଙ୍କ ଗ୍ରୀନ ପ୍ୟାସେଜ ଯୋଜନାରେ ସାମିଲ ହେବେ।

|

ଭୁବନେଶ୍ୱର: ମହାମାରୀ କରୋନା ସମୟରେ ଅନାଥ ପିଲାଙ୍କ ଶିକ୍ଷା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ଅନାଥ ଶିଶୁ ରାଜ୍ୟ ସରକାରଙ୍କ ଗ୍ରୀନ ପ୍ୟାସେଜ ଯୋଜନାରେ ସାମିଲ ହେବେ। ସେମାନଙ୍କ ମେଡିକାଲ ବା ଇଂଜିନିୟରିଂ ଶିକ୍ଷା ଖର୍ଚ୍ଚ ବି ସରକାର ବହନ କରିବେ।

Odisha Government

ଏମିତିକି ଘରୋଇ ଶିକ୍ଷାନୁଷ୍ଠାନରେ ପଢୁଥିଲେ ଶିକ୍ଷାନୁଷ୍ଠାନ ଖର୍ଚ୍ଚ ସରକାର ଦେବେ । ଅନ୍ୟପକ୍ଷରେ ଏବେ ସୁଦ୍ଧା କୋଭିଡ ଯୋଗୁଁ ବାପା, ମାଙ୍କୁ ହରାଇଥିବା ୧୨ ଜଣ ପିଲାଙ୍କୁ ଭତ୍ତା ଦେବା ପାଇଁ ଚିହ୍ନଟ ହୋଇଛନ୍ତି। ମଧୁବାବୁ ଯୋଜନାରେ ଭତ୍ତା ଦେବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା ଓ ମୟୂରଭଂଜରୁ ୩ ଜଣ ଲେଖାଏଁ ପିଲା ପାଇବେ ଭତ୍ତା। ସେହିପରି ଭଦ୍ରକ, ରାୟଗଡ଼ା ଓ ଦେବଗଡ଼ରୁ ୨ ଜଣ ଲେଖାଏଁ ଭତ୍ତା ପାଇବେ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Odisha Government will Pay Education bill of orphans during the pandemic
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X