ଭୁବନେଶ୍ବରରେ ନିର୍ମାଣ ହେବ ଗଙ୍ଗାଧର ଭବନ, ଜମି ଯୋଗାଇ ଦେବେ ରାଜ୍ୟ ସରକାର

କବିଙ୍କ ସ୍ମୃତିରେ ଭୁବନେଶ୍ବର ଠାରେ ଏକ ଭବନ ନିର୍ମାଣ କରାଯିବା ସହିତ ସ୍ବଭାବ କବିଙ୍କର ଶ୍ରାଦ୍ଧ ଶତବାର୍ଷିକୀ ମାର୍ଚ୍ଚ ୨୦୨୪ରେ ଆୟୋଜନ କରାଯିବା ସଂପର୍କରେ ଆଲୋଚନା ହୋଇଥିଲା । ସ୍ବଭାବ କବିଙ୍କର ସ୍ମୃତିରେ ଭୁବନେଶ୍ବରରେ ଏକ ଭବ୍ୟ ଭବନ ନିର୍ମାଣ କରାଯିବା ସହିତ କବି

ଭୁବନେଶ୍ବର: ସ୍ବଭାବ କବି ଗଙ୍ଗାଧର ମେହେର ଓଡିଆ ଜାତିର ଗର୍ବ ଓ ଗୌରବ। ତାଙ୍କର ଅନନ୍ୟ ସାରସ୍ବତ ପ୍ରତିଭା ଓଡିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରିଛି । ତାଙ୍କର କାଳଜୟୀ କୃତି କେବଳ ଓଡ଼ିଆ ନୂହେଁ ଭାରତୀୟ ସାହିତ୍ୟ ଜଗତରେ ଅକ୍ଷୟ କୀର୍ତ୍ତିମାନ ସ୍ଥାପନ କରିଛି । ଏହି ମହାନ କବିଙ୍କର ଶ୍ରାଦ୍ଧ ଶତବାର୍ଷିକୀ ଉପଯୁକ୍ତ ଭାବରେ ଆୟୋଜନ କରାଯିବା ସଂପର୍କରେ ନିଖିଳ ଓଡିଶା ମେହେର (ଭୁଲିଆ) ସମାଜର ଏକ ପ୍ରତିନିଧି ଦଳ ଆଜି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଏ ସଂପର୍କରେ ଆଲୋଚନା କରିଥିଲେ ।

CM Naveen Patnaik

ଏହି ବୈଠକରେ କବିଙ୍କ ସ୍ମୃତିରେ ଭୁବନେଶ୍ବର ଠାରେ ଏକ ଭବନ ନିର୍ମାଣ କରାଯିବା ସହିତ ସ୍ବଭାବ କବିଙ୍କର ଶ୍ରାଦ୍ଧ ଶତବାର୍ଷିକୀ ମାର୍ଚ୍ଚ ୨୦୨୪ରେ ଆୟୋଜନ କରାଯିବା ସଂପର୍କରେ ଆଲୋଚନା ହୋଇଥିଲା । ସ୍ବଭାବ କବିଙ୍କର ସ୍ମୃତିରେ ଭୁବନେଶ୍ବରରେ ଏକ ଭବ୍ୟ ଭବନ ନିର୍ମାଣ କରାଯିବା ସହିତ କବିଙ୍କର ଶ୍ରାଦ୍ଧ ଶତବାର୍ଷିକୀ ଓ ମହାସଭା ୨୦୨୪ରେ ଉପଯୁକ୍ତ ଭାବରେ ପାଳନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିନିଧି ଦଳଙ୍କୁ ପ୍ରତିଶୃତି ଦେଇଥିଲେ। ଏଥି ନିମନ୍ତେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇ ଥିଲେ ।

ସୂଚନାଯୋଗ୍ୟ ଯେ ୧୯୨୪ ମସିହାରେ ସ୍ବଭାବ କବି ମେହେର ସମାଜ (ଭୁଲିଆ)କୁ ସଂଗଠିତ କରି ବରପାଲି ଠାରେ ଏକ ମହାସଭାର ଆୟୋଜନ କରିଥିଲେ । ଏହି ଭୁଲିଆ ସମାଜ ପରବର୍ତ୍ତୀ ସମୟରେ ନିଖିଳ ଓଡିଶା ମେହେର(ଭୁଲିଆ) ସମାଜରେ ପରିଣତ ହୋଇଥିଲା ।

ଓଡିଆ ଜାତିର ପ୍ରାତଃ ସ୍ମରଣୀୟ କବି ଗଙ୍ଗାଧର ମେହେରଙ୍କ ସ୍ମୃତି ରକ୍ଷା ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜଧାନୀ ଭୁବନେଶ୍ବରର କଳିଙ୍ଗ ହସ୍‌ପିଟାଲ ଛକ, ବ୍ରହ୍ମପୁର ଓ ସମ୍ବଲପୁରରେ ମଧ୍ୟ କବିଙ୍କର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତୀ ସ୍ଥାପନ କରାଯାଇଛି ।

ଏତ୍‌ଦ ବ୍ୟତୀତ କବି ଗଙ୍ଗାଧର ମେହେରଙ୍କ ନାମରେ ୨୦୯୦ କୋଟି ଟଙ୍କାର ଗଙ୍ଗାଧର ମେହେର ଲିଫ୍ଟ କେନାଲ ସିଷ୍ଟମ ଯୋଜନାର କାମ ଚାଲିଛି ଏବଂ ଏହା ୨୦୨୩ ସେପ୍ଟେମ୍ବର ସୁଦ୍ଧା କାର୍ଯ୍ୟକ୍ଷମ ହେବ। ସେହିପରି ସମ୍ବଲପୁର ଗଙ୍ଗାଧର ମେହେର କଲେଜକୁ ୨୦୧୫ ମସିହାରୁ ଏକକ ବିଶ୍ବବିଦ୍ୟାଳୟର ମାନ୍ୟତା ଦିଆଯାଇଛି । ଶିକ୍ଷାର ପ୍ରସାର ନିମନ୍ତେ ୪୩୦ କୋଟି ଟଙ୍କାର ଓଡ଼ିଶା ଗଙ୍ଗାଧର ମେହେର ଶିକ୍ଷା ମାନକ ବୃଦ୍ଧି ଯୋଜନା କାର୍ଯ୍ୟକାରୀ କରାଯାଉଛି । କବି ଗଙ୍ଗାଧର ମେହେରଙ୍କର ଅମ୍ଲାନ ସ୍ମୃତିକୁ ସମ୍ମାନ ଜଣାଇ ରାଜ୍ୟ ସରକାର ଗତ ୨୦ ବର୍ଷ ମଧ୍ୟରେ ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ପାଇଁ ପ୍ରତିନିଧି ଦଳ ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+