ନୂଆଁଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର : ନୂଆଁଖାଇ ଉପଲକ୍ଷେ ସ୍କୁଲ୍ ଛୁଟି ଘୋଷଣା,ସେପ୍ଟେମ୍ବର ୯ ତାରିଖରେ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ । ଚଳିତ ବର୍ଷ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ ଅବସରରେ ୦୯.୦୯.୨୦୨୪ ରିଖ (ସୋମ‌ବାର‌) ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ଛୁଟି ଘୋଷଣା କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହା ପୂର୍ବରୁ ଗତ ଅଗଷ୍ଟ ୨୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଥିଲେ। ଚଳିତ ବର୍ଷ ସେପ୍ଟେମ୍ବର ୮ ତାରିଖରେ ନୂଆଁଖାଇ ପଡୁଛି।

Odisha govt declares holiday on September 9

ତେବେ ସେହିଦିନ ରବିବାର। ରବିବାର ଛୁଟି ଦିବସ ହୋଇଥିବାରୁ ୯ ତାରିଖକୁ ଅର୍ଥାତ୍ ଆସନ୍ତା ସୋମବାରକୁ ମୁଖ୍ୟମନ୍ତ୍ରୀ ଛୁଟି ଘୋଷଣା କରିଛନ୍ତି। ସେହିଦିନ ରାଜ୍ୟର ସବୁ ସରକାରୀ କାର୍ଯ୍ୟାଳୟ, ମାଜିଷ୍ଟେରିଆଲ କୋର୍ଟ ଓ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ନିର୍ଦ୍ଦେଶରେ କହିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+