ଏହି ତାରିଖ ଯାଏଁ ରାଜ୍ୟ ସରକାର ବଢ଼ାଇଲେ ରାସନ କାର୍ଡ e-KYC ଅବଧି
ଭୁବନେଶ୍ଵର: ଜାନୁଆରୀ ୩୧ ଯାଏଁ ଇ-କେୱାଇସି ଅବଧି ବୃଦ୍ଧି କଲେ ସରକାର । ଖାଦ୍ୟ ସୁରକ୍ଷା ବ୍ୟବସ୍ଥାରେ ସୁବିଧା ପାଉଥିବା ହିତାଧିକାରୀଙ୍କ ପାଇଁ ଇ-କେୱାଇସି ଅବଧି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ନିକଟସ୍ଥ ଇପିଏସ କିମ୍ବା ରାସନ ଯୋଗାଣ କେନ୍ଦ୍ରରେ ଇ-କେୱାଇସି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର । ପୂର୍ବରୁ ସରକାର ସୂଚନା ଦେଇଥିଲେ ଯେ, ବାହାର ରାଜ୍ୟକୁ ଯାଇ ଓଡ଼ିଶା ଲୋକଙ୍କ ଇ-କେୱାଇସି କରିବେ ଅଧିକାରୀ। ଗୋଆରେ ଯାଇ ଇ-କେୱାଇସି କରାଯାଇଛି।
ଭାରତ ବର୍ଷରେ ଥିବା ଅନ୍ୟ ରାଜ୍ୟକୁ ଯାଇ ବି ସରକାର କରିବେ ଇ-କେୱାଇସି। ବତ୍ତମାନ ସୁଦ୍ଧା ୮୫ ପ୍ରତିଶତ ଶେଷ ହୋଇଛି। ଆହୁରି ୫୦ ଲକ୍ଷ ଲୋକ କରିନାହାନ୍ତି, କିନ୍ତୁ ସମସ୍ତଙ୍କର ଠିକ୍ ସମୟରେ ଶେଷ ହେବ ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଇ-କେୱାଇସିରୁ ରାଜ୍ୟ ସରକାର ପାଇଛନ୍ତି ବଡ଼ ସଫଳତା। ଧରାପଡିଛନ୍ତି ଭୂତ ରାସନ କାର୍ଡଧାରୀ। ବର୍ଷ ବର୍ଷ ଧରି ସରକାରୀ ଯୋଜନାକୁ କରି ଚାଲୁଥିଲେ ହଡ଼ପ। ଜାଲ୍ ହିତାଧୀକାରୀଙ୍କୁ ଚିହ୍ନଟ କରିବାରେ ସହାୟକ ହୋଇଛି।

ଏହା ସହିତ ମନ୍ତ୍ରୀ ସୂଚନା ଦେଇଥିଲେ ଯେ, ଗୋଟେ ଗୋଟେ ଜିଲାରୁ ବାହାରିଛନ୍ତି ପାଖାପାଖି ଦେଢ ଲକ୍ଷ ଭୂତ ହିତାଧୀକାରୀ। ସେମାନଙ୍କୁ ବାନ୍ଧିବା ଏବଂ ତାଙ୍କ ପଛରେ ଥିବା ବାବୁଙ୍କୁ ଏନେଇ ମହଙ୍ଗା ପଡ଼ିପାରେ। ବିଜେଡି ପାଇଁ ସୃଷ୍ଟି ହୋଇପାରେ ଆଡୁଆ। କାହିଁକି ନା ନବୀନ ସରକାରର ୨୪ବର୍ଷ ଭିତରେ ଭୂତ ହିତାଧିକାରୀ ଯୋଡ଼ିଛନ୍ତି।












Click it and Unblock the Notifications