Get Updates
Get notified of breaking news, exclusive insights, and must-see stories!

Odisha Govt Job: ସୃଷ୍ଟି ହେବ ୨୦୦୦ ନୂଆ ଟ୍ରାଫିକ୍‌ ପୋଲିସ ପଦବୀ

ଭୁବନେଶ୍ୱର: ଗତ ୧୦ ବର୍ଷରେ ରାଜ୍ୟରେ ସଡ଼କ ଦୁର୍ଘଟଣାରେ ଯାଇଛି ୪୭ ହଜାରରୁ ଅଧିକ ଜୀବନ । ସମସ୍ତ ବସ୍‌ରେ ସ୍ମାର୍ଟ ଡିଭାଇସ୍‌ ଲଗାଯିବ। ଅତ୍ୟାଧୁନିକ ଟେକ୍ନୋଲୋଜିଯୁକ୍ତ ଏହି ଉପକରଣ ଡ୍ରାଇଭରଙ୍କ ଅବହେଳା ଓ ଯାନ୍ତ୍ରିକ ତ୍ରୁଟିକୁ ଆଗୁଆ ଚିହ୍ନଟ କରିବା ସହ ଦୁର୍ଘଟଣା ଏଡ଼ାଇବାରେ ସହାୟକ ହେବ । ଜାତୀୟ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉତ୍ସବକୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି।

ସେହିପରି ସଡ଼କ ସୁରକ୍ଷା କ୍ଷେତ୍ରକୁ ଅଧିକ ସୁଦୃଢ଼ କରିବା ପାଇଁ ୨,୦୦୦ ନୂଆ ଟ୍ରାଫିକ୍‌ ପୋଲିସ ପଦବୀ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । କାରିଗରି ପ୍ରୟୋଗରେ ନିର୍ମିତ ସ୍ମାର୍ଟ ଡିଭାଇସ୍‌ ଗାଡ଼ି ଚାଳକ ଡ୍ରାଇଭିଂ ବେଳେ ନିଶା ସେବନ କରିଛନ୍ତି କି, ଢୁଳାଉଛନ୍ତି କି, ସତର୍କ ରହିଛନ୍ତି ନା ନାହିଁ ଏବଂ ତାଙ୍କ ଆଚରଣକୁ ଅନୁଧ୍ୟାନ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Odisha Govt Job

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉତ୍ସବକୁ ଉଦ୍‌ଘାଟନ କରି ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଏହି ସ୍ଲୋଗାନ ଦେଇଛନ୍ତି । ଏହି ଅବସରରେ ସଡ଼କ ସୁରକ୍ଷାର ନିୟମ ପାଳନ କରି ସୁରକ୍ଷିତ ଭାବରେ ଘରକୁ ଫେରିବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି। ସଚେତନତା କାର୍ଯ୍ୟକ୍ରମକୁ ପ୍ରଭାବଶାଳୀ କରିବାକୁ ମାଷ୍ଟରକ୍ୟାଣ୍ଟିନ ଛକରୁ ଶ୍ରୀରାମ ମନ୍ଦିର ଯାଏ ମୁଖ୍ୟମନ୍ତ୍ରୀ ପଦଯାତ୍ରା କରିଛନ୍ତି ।

ଦୁର୍ଘଟଣା ରୋକିବ ମାସ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ରାଜ୍ୟସ୍ତରୀୟ ଉତ୍ସବର ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ପତାକା ଦେଖାଇ ସଡ଼କ ସୁରକ୍ଷା ରଥର ଶୁଭାରମ୍ଭ କରିଛନ୍ତି। ପ୍ରତି ଜିଲାରେ ଏଭଳି ସଚେତନତା ରଥ ମାସେ ବ୍ୟାପୀ ପରିକ୍ରମା କରିବ। ସଡ଼କ ସୁରକ୍ଷା ସମ୍ପର୍କିତ ବିଭିନ୍ନ ସଚେତନତା ଧର୍ମୀ କ୍ଷୁଦ୍ର ଚଳଚ୍ଚିତ୍ର ଏଥିରେ ପ୍ରଦର୍ଶିତ ହେବ।

ଗତ ୧୦ ବର୍ଷରେ ରାଜ୍ୟରେ ସଡ଼କ ଦୁର୍ଘଟଣାରେ ୪୭ ହଜାରରୁ ଅଧିକ ଜୀବନ ଯାଇଛି। ଏହା ଅତ୍ୟନ୍ତ ଚିନ୍ତାଜନକ। ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା କମ୍‌ କରିବାକୁ ସମସ୍ତଙ୍କୁ ଉଦ୍ୟମ କରିବାକୁ ହେବ। ସମୟ ଆସିଯାଇଛି, ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବାକୁ ହେବ। ସୁରକ୍ଷିତ ଘରକୁ ଫେରନ୍ତୁ ସ୍ଲୋଗାନ ସହ ସମସ୍ତଙ୍କୁ ସଡ଼କ ସୁରକ୍ଷା ନିୟମ ମାନି ସୁରକ୍ଷିତ ଭାବରେ ଘରକୁ ଫେରିବାକୁ ସେ ନିବେଦନ କରିଛନ୍ତି।

ସଡ଼କ ସୁରକ୍ଷା କ୍ଷେତ୍ରକୁ ଅଧିକ ସୁଦୃଢ଼ କରିବା ପାଇଁ ୨୦୦୦ ନୂତନ ଟ୍ରାଫିକ୍‌ ପୋଲିସ୍‌ ପଦବୀ ସୃଷ୍ଟି କରାଯିବା ସହିତ ଚଳିତବର୍ଷ ୫୦୦ ଟ୍ରାଫିକ୍‌ ପୋଲିସ୍‌ ପଦବୀ ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହିତ ଜନସାଧାରଣଙ୍କୁ ସୁଲଭ ଓ ସୁବିଧା ଜନକ ଯାତ୍ରା ପ୍ରଦାନ ଉଦ୍ଦେଶ୍ୟରେ 'ଓଡ଼ିଶା ଯାତ୍ରୀ ଆପ୍‌' ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି । ଏହି ଆପ୍‌ ମାଧ୍ୟମରେ ଜନସାଧାରଣ ଗୋଟିଏ କ୍ଲିକରେ ନିଜର ଗନ୍ତବ୍ୟ ସ୍ଥଳ ପାଇଁ ସହଜରେ ଅଟୋ ଓ ଟ୍ୟାକ୍ସି ପାଇପାରିବେ। ଏହି ବ୍ୟବସ୍ଥା ଉଭୟ ଚାଳକ ଓ ଯାତ୍ରୀଙ୍କ ପାଇଁ ଲାଭଦାୟକ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+