Get Updates
Get notified of breaking news, exclusive insights, and must-see stories!

Odisha Govt Job: ୫ ବର୍ଷରେ ଦେଢ ଲକ୍ଷ ନିଯୁକ୍ତି ଲକ୍ଷ୍ୟ, ଖୁବ୍ ଶୀଘ୍ର ପୂରଣ ହେବ ବିଭିନ୍ନ ପଦବୀ

ରାଜ୍ୟରେ ସରକାରୀ ବିଭାଗ ଗୁଡିକରେ ଖାଲି ରହିଛି । ଖାଲି ଥିବା ପଦବୀ ପୂରଣ ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି । ମାର୍ଚ୍ଚ ୩୧ ସୁଦ୍ଧା ସମସ୍ତ ଖାଲି ପଦବୀ ପୂରଣ ପାଇଁ ନିଯୁକ୍ତି ଆାୟୋଗଙ୍କୁ ପ୍ରସ୍ତାବ ଦେବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅନୁସୂଚିତବର୍ଗର ଖାଲି ପଦବୀ ପୂରଣ ପାଇଁ ହେବ ସ୍ପେଶାଲ ଡ୍ରାଇଭ ।

ଅତ୍ୟାବଶ୍ୟକୀୟ ସେବା ଯୋଗାଉଥିବା ସମସ୍ତ ପଦବୀ ପୂରଣ ହେବ:

''ସରକାରଙ୍କ ଲୋକବଳ ବଢିଲେ, ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେଇପାରିବ'' ବୋଲି ଲୋକସେବା ଭବନରେ ବିଭିନ୍ନ ନିଯୁକ୍ତି ଆୟୋଗର ଅଧ୍ୟକ୍ଷ ମାନଙ୍କ ସହିତ ଆଲୋଚନା ସମୟରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ବୈଠକରେ ରାଜ୍ୟରେ ନିଯୁକ୍ତି ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ, ନିରପେକ୍ଷ ଓ ତ୍ୱରାନ୍ୱିତ ଭାବେ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି । ଅତ୍ୟାବଶ୍ୟକୀୟ ସେବା ଯୋଗାଉ ଥିବା ସ୍ୱାସ୍ଥ୍ୟ, ଗୃହ, ଶିକ୍ଷା ଓ କୃଷି ବିଭାଗର ପଦବୀ ଗୁଡିକୁ ଖାଲି ନ ରଖି ଯଥାଶୀଘ୍ର ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

Odisha Govt Job

୫ ବର୍ଷରେ ଦେଢ ଲକ୍ଷ ନିଯୁକ୍ତି ଲକ୍ଷ୍ୟ:

ଆଗାମୀ ୫ ବର୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ସରକାରୀ ସ୍ତରରେ ଦେଢ ଲକ୍ଷ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି । ଦୁଇ ବର୍ଷ ମଧ୍ୟରେ ୬୫ ହଜାର ସରକାରୀ ପଦବୀରେ ନିଯୁକ୍ତି ପାଇଁ ସ୍ଥିରୀକୃତ ହୋଇଛି । ବର୍ତ୍ତମାନ ରାଜ୍ୟରେ ବିଭିନ୍ନ ବିଭାଗରେ 1,10,557ଟି ପଦବୀ ଖାଲି ରହିଛି । ଏଗୁଡିକୁ ଯଥାଶୀଘ୍ର ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି । 2025 ମାର୍ଚ୍ଚ 31 ସୁଦ୍ଧା ଖାଲି ପଦବୀ ପୂରଣ ପାଇଁ ନିଯୁକ୍ତି ଆୟୋଗ ଗୁଡିକୁ ପ୍ରସ୍ତାବ ଦେବାକୁ ସବୁ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ବିଭିନ୍ନ ବିଭାଗରେ ଅନୁସୂଚିତ ଜନଜାତି ଓ ଜାତି ବର୍ଗର ଖାଲି ଥିବା ପଦବୀ ପୂରଣ ପାଇଁ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ସ୍ୱତନ୍ତ୍ର ରିକ୍ରୁଟମେଣ୍ଟ ଡ୍ରାଇଭ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+