ଆୟୁଷ ଚିକିତ୍ସାର ଉନ୍ନତି ପାଇଁ ରାଜ୍ୟ ସରକାର ୩ ଟି ସମନ୍ୱିତ ଆୟୁଷ ଚିକିତ୍ସାଳୟ ପ୍ରତିଷ୍ଠା କରିବେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆୟୁଷ ଚିକିତ୍ସାର ଉନ୍ନତି ପାଇଁ ରାଜ୍ୟ ସରକାର ଢେଙ୍କାନାଳ, ବ୍ରହ୍ମପୁର ଓ ବାଲେଶ୍ୱରରେ ସମନ୍ୱିତ ଆୟୁଷ ଚିକିତ୍ସାଳୟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱରସ୍ଥିତ ଡଃ ଅଭିନଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲର ଛାତ୍ର ସଂସଦର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏହା କହିଛନ୍ତି। ଏଥି ସହିତ ଡଃ ଅଭିନଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲରେ ଏକ ନୂତନ ଏମରଜେନ୍ସି ୟୁନିଟର ଶିଳାନ୍ୟାସ କରିବା ସହିତ କଲେଜ୍‌ରେ ଏକ ହୋମିଓପାଥି ଗବେଷଣା ଓ ବିଶ୍ଳେଷଣ ବିଭାଗ ଖୋଲାଯିବ ବୋଲି ଘୋଷଣା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏକ ରକ୍ତଦାନ ଶିବିରର ଉଦ୍‌ଘାଟନ ମଧ୍ୟ କରିଥିଲେ।

ରାଜ୍ୟରେ ବର୍ତ୍ତମାନ ଏହି ମହାବିଦ୍ୟାଳୟକୁ ମିଶାଇ ୪ଟି ସରକାରୀ ହୋମିଓପାଥିକ୍ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ଅଛି। ଏହା ସହିତ ୫୬୨ ଟି ସରକାରୀ ହୋମିଓପାଥିକ୍ ଡାକ୍ତରଖାନା ମଧ୍ୟ ଅଛି। ଆୟୁଷ ଚିକିତ୍ସାର ଉନ୍ନତି ପାଇଁ ରାଜ୍ୟ ସରକାର ଢେଙ୍କାନାଳ, ବ୍ରହ୍ମପୁର ଓ ବାଲେଶ୍ୱର ଠାରେ ତିନୋଟି ସମନ୍ୱିତ ଆୟୁଷ ଚିକିତ୍ସାଳୟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନେଇଛନ୍ତି।

ସ୍ୱାସ୍ଥ୍ୟ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ବଜେଟ୍‌ରେ ୨୩ ହଜାର ୬୩୫ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ଏହା ରାଜ୍ୟ ବଜେଟ୍‌ର ୮ ପ୍ରତିଶତରୁ ଅଧିକ। ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା ଦ୍ୱାରା ରାଜ୍ୟର ଏକ କୋଟିରୁ ଅଧିକ ଲୋକ ଦେଶର ୨୯ ହଜାର ସରକାରୀ ଓ ବେସରକାରୀ ହସ୍ପିଟାଲରେ ଚିକିତ୍ସା ପାଇପାରୁଛନ୍ତି।

Odisha Govt

କାର୍ଯ୍ୟକ୍ରମରେ ଯୋଗଦେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ କହିଥିଲେ ଯେ, ସ୍ୱାସ୍ଥ୍ୟ କ୍ଷେତ୍ରରେ ହୋମିଓପାଥିକ ଚିକିତ୍ସା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ ଏବଂ ଡଃ ଅଭିନଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲର ଛାତ୍ରଛାତ୍ରୀ ମାନେ ଏହି ପ୍ରାମାଣିକ ଚିକିତ୍ସା ପଦ୍ଧତିକୁ ଆହୁରି ଜନାଭିମୁଖୀ କରିଛନ୍ତି।

ଉକ୍ତ କାର୍ଯ୍ୟକ୍ରମରେ ବିଧାୟକ, ଏକାମ୍ର ଭୁବନେଶ୍ୱର ବାବୁ ସିଂ, ସ୍ୱାସ୍ଥ୍ୟ ବିଭାଗ ସଚିବ ଅଶ୍ୱଥି ଏସ, ପଦ୍ମଶ୍ରୀ ଡକ୍ଟର ଅଶୋକ ମହାପାତ୍ର, ମୁଖ୍ୟବକ୍ତା, ଡକ୍ଟର ଏଲ୍‌. କେ. ନନ୍ଦ ମଂଚାସୀନ ଥିବା ବେଳେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡଃ ପୁଷ୍ପାଞ୍ଜଳି ପାତ୍ର ସ୍ଵାଗତ ଭାଷଣ ଦେଇଥିଲେ ମହାବିଦ୍ୟାଳୟ ଛାତ୍ର ସଂସଦର ସଭାପତି ଲିପକ ମହାପାତ୍ର ବିବରଣୀ ପାଠ କରିଥିଲେ। ସେହିପରି ଛାତ୍ର ସଂସଦର ସାଧାରଣ ସମ୍ପାଦକ ସୌମ୍ୟ ଦର୍ଶନ ସ୍ୱାଇଁ ଧନ୍ୟବାଦ ଦେଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+