୨୦୩୬ ପାଇଁ ୩୬ଟି କାର୍ଯ୍ୟକ୍ରମ ଆଗାମୀ ଦିନରେ ଘୋଷଣା କରିବୁ : ମୁଖ୍ୟମନ୍ତ୍ରୀ

ମିଶନ୍‌ ୨୦୩୬, ମିଶନ୍‌ ୨୦୪୭ ଲକ୍ଷ୍ୟ ପୂରଣ ପାଇଁ କାର୍ଯ୍ୟକ୍ରମ ଚାଲିଛି । ଓଡ଼ିଶା ପ୍ରଦେଶ ଗଠନର ୧୦୦ ବର୍ଷ ପୂର୍ତ୍ତି ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ । ୨୦୩୬ ପାଇଁ ୩୬ଟି କାର୍ଯ୍ୟକ୍ରମ ଆଗାମୀ ଦିନରେ ଘୋଷଣା କରିବୁ ।

mohan majhi

ଦିନକ ପରେ ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି; ବାର୍ଷିକ ରିପୋର୍ଟ୍ କାର୍ଡ ଦେଲେ ମୁଖ୍ୟମନ୍ତ୍ରୀ, ବର୍ଷକର ଉପଲବ୍ଧି ଜଣାଇଲେ

ଦିନକ ପରେ ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି । ଏନେଇ ବିସ୍ତୃତ ଭାବେ ତଥ୍ୟ ରଖିଲେ ମୁଖ୍ୟମନ୍ତ୍ରୀ। ବର୍ଷକର ସଫଳ ଯାତ୍ରାରେ ଲୋକଙ୍କ ଆଶା ପୂରଣ କରିଛୁ । ଯାହା ଆମ ସଂକଳ୍ପ ପତ୍ରରେ ସ୍ଥାନ ପାଇଥିଲା, ତାହା ପୂରଣ କରିଛୁ ।

ପ୍ରଧାନମନ୍ତ୍ରୀ ମୋଦିଙ୍କ ମାର୍ଗ ଦର୍ଶନରେ ସବୁ କାର୍ଯ୍ୟ କରି ଚାଲିଛୁ ବୋଲି କହିଲେ ମୁଖ୍ୟମନ୍ତ୍ରୀ । ଓଡ଼ିଶା ପ୍ରତି ପ୍ରଧାନମନ୍ତ୍ରୀଙ୍କ ଭଲ ପାଇବା ଆମକୁ ଚଳଚଞ୍ଚଳ କରିଛି। ଆସନ୍ତା ୨୦ ତାରିଖରେ ପୁଣି ଥରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବେ ।

ଗତ ବର୍ଷ ଜୁନ ୧୨ ତାରିଖ ୪ଟି ପ୍ରମୁଖ ନିଷ୍ପତ୍ତି ନେଇଥିଲୁ । ଶ୍ରୀମନ୍ଦିର ୪ ଦ୍ବାର ଖୋଲିବା ସହ ସୁଭଦ୍ରା ଯୋଜନା ଲାଗୁ କରିଥିଲୁ । ଶ୍ରୀମନ୍ଦିର ପାଇଁ ୫ ଶହ କୋଟିର କର୍ପସ ଫଣ୍ଡ ଗଠନ କରିଥିଲୁ । ଧାନ କ୍ବିଣ୍ଟାଲ ପିଛା ୮ ଶହ ଟଙ୍କା ବୋନସ୍‌ ପ୍ରତିଶ୍ରୁତି ଦେଇ ପୂରଣ କଲୁ ।

ଏହା ଭିତରେ ଆମେ ପାଖାପାଖି ୧୭ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରିଛୁ ।
ସମୃଦ୍ଧ କୃଷି ଯୋଜନାରେ ଆମେ ୩୭,୮୦୦ କୋଟିର ବଜେଟ୍‌ କରିଛୁ
। ଆଗରୁ କେବେ ସରକାର କୃଷି ପାଇଁ ଏତେ ବଜେଟ୍‌ କରି ନ ଥିଲେ
ରାଜ୍ୟର ଚାଷୀ ଆଜି ଅନେକ ମାତ୍ରାରେ ଉପକୃତ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+