ପ୍ରାଚୀନ କାଳରୁ ଓଡ଼ିଶା ଜଗତୀକରଣର କେନ୍ଦ୍ରବିନ୍ଦୁ ପାଲଟିଛି - ଧର୍ମେନ୍ଦ୍ର ପ୍ରଧାନ

ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଉପସ୍ଥିତିରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ହଜାର ହଜାର ବର୍ଷ ଧରି ଓଡ଼ିଶାରୁ ପ୍ରବାସୀ ଓଡ଼ିଆ ମାନେ ଶ୍ରୀଲଙ୍କା ଓ ଦକ୍ଷିଣ-ପୂର୍ବ ଏସିଆରେ ବାଣିଜ୍ୟ ବ୍ୟବସାୟ କରିଥିଲେ । କାର୍ତ୍ତିକ ମାସରେ ଓଡ଼ିଆମାନେ ବେପାର ବାଣିଜ୍ୟ ପାଇଁ ବିଦେଶ ଯାଇଥାନ୍ତି ସେଥିପାଇଁ ତ ଆମେ ପ୍ରବାସୀ ଭାରତୀୟ । ଓଡ଼ିଶାର ସଭ୍ୟତା, ସଂସ୍କୃତି ଓ ପରମ୍ପରା ଏବେ ବି ବିଶ୍ୱରେ, ବିଶେଷ କରି ସାଉଥ୍ - ଇଷ୍ଟ ଏସିଆରେ ଦେଖାଯାଉଛି । ଅପରପକ୍ଷରେ ପ୍ରଧାନମନ୍ତ୍ରୀ ମୋଦୀ ପୂର୍ବୋଦୟ ପାଇଁ ଆହ୍ୱାନ ଦେଇଛନ୍ତି । ଭାରତ ସରକାରଙ୍କ 'ଲୁକ୍ ଇଷ୍ଟ- ଆକ୍ଟ ଇଷ୍ଟ' ନୀତିରେ ଓଡ଼ିଶା କେନ୍ଦ୍ରବିନ୍ଦୁ ହୋଇଛି । ଓଡ଼ିଶାରେ ସ୍ୱାଭିମାନ ଓ ଗଣତନ୍ତ୍ରର ମୂଳ ଗଭୀରତା ରହିଛି । ଏହା ହେଉଛି ବୁଦ୍ଧଙ୍କ ଭୂମି, ଶାନ୍ତିର ଭୂମି । ସମଗ୍ର ବିଶ୍ୱରେ ବୌଦ୍ଧ ଧର୍ମର ମାର୍ଗ ଓଡ଼ିଶା ଜରିଆରେ ହିଁ ଉଭା ହୋଇଛି । ଯେତେବେଳେ ଓଡିଶାରେ କେହି ରାଜା ନଥିଲେ, ସେହି ସମୟରେ ଆମ ଓଡିଶାରେ ଗଣତନ୍ତ୍ର ଥିଲା । ଆମର ସମୂହ ତ୍ୟାଗ ବା ବଳିଦାନ ଅଶୋକଙ୍କୁ ଚଣ୍ଡାଶୋକରୁ ଧର୍ମାଶୋକରେ ପରିଣତ କରିବା ପାଇଁ ବାଧ୍ୟ କରିଥିଲା । ଏହି ଭୂମି ପୂର୍ବୋଦୟର ଉତ୍ପତ୍ତିସ୍ଥଳୀ ହେବ ।
ଶ୍ରୀ ପ୍ରଧାନ କହିଛନ୍ତି, ଆଜି ଆମ ସମ୍ମୁଖରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ରହିଛି । ୨୦୩୬ରେ ଓଡ଼ିଶା ଭାଷାଭିତ୍ତିକ ରାଜ୍ୟ ଭାବରେ ସ୍ୱତନ୍ତ୍ର ପ୍ରଦେଶ ଗଠନର ଶତବାର୍ଷିକୀ ପାଳନ କରିବ । ୨୦୪୭ରେ ଭାରତ ସ୍ୱାଧୀନତା ପ୍ରାପ୍ତିର ଶତବାର୍ଷିକୀ ପାଳନ କରିବ । ଏହି ସମୟରେ ଆମକୁ ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବ । ଓଡ଼ିଶାର ବିକାଶ ହେଲେ ହିଁ ଭାରତର ବିକାଶ ହେବ ।
ପୁଷ୍ପଗିରି ବିଶ୍ୱବିଦ୍ୟାଳୟ ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଭୂମିକୁ ଆସିଥିବା ସମସ୍ତ ପ୍ରବାସୀଙ୍କୁ ଶ୍ରୀ ପ୍ରଧାନ ସ୍ୱାଗତ ଜଣାଇଛନ୍ତି । ରାଷ୍ଟ୍ରପତିଙ୍କ ଠାରୁ ପ୍ରବାସୀ ଭାରତୀୟ ସମ୍ମାନ ପୁରସ୍କାର ପାଇଥିବା ସମସ୍ତ ପ୍ରବାସୀ ଭାରତୀୟଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି । ସେହିପରି ବିଶ୍ୱ ମାନଚିତ୍ରରେ ଓଡ଼ିଶାକୁ ଏକ ନୂଆ ପରିଚୟ ପ୍ରଦାନ କରିଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସରେ ମାର୍ଗଦର୍ଶନ ପାଇଁ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଓ କାର୍ଯ୍ୟକ୍ରମକୁ ସଫଳତାର ସହ ଆୟୋଜନ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ଜୟ ଜୟଶଙ୍କରଙ୍କୁ ଧନ୍ୟବାଦ ଦେଇଛନ୍ତି ।
-
ଟି୨୦ ବିଶ୍ବକପ ଫାଇନାଲରେ ଭାରତ, ଜାକବ ବେଥେଲଙ୍କ ଲଢ଼ୁଆ ଶତକ ସତ୍ତ୍ବେ ହାରିଲା ଇଂଲଣ୍ଡ -
ବଦଳିବ ପାଗ, ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା -
ଯୁଦ୍ଧ ଭିତରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବୟାନ, କହିଲେ -
ଭାରତକୁ ପ୍ରତିଦ୍ବନ୍ଦ୍ବୀ ହେବାକୁ ଦେବୁନାହିଁ: ଆମେରିକା -
ଭାରତ କିଣିବ ଋଷ ତେଲ, ଏମିତି କହିଲା ଆମେରିକା -
ବିବାହ ବନ୍ଧନରେ ବାନ୍ଧି ହେଲେ ଅର୍ଜୁନ-ସାନିୟା, ଗ୍ରାଣ୍ଡ ୱେଡିଂରେ ସାମିଲ ହେଲେ.... -
ପଶ୍ଚାତାପ ଆମେରିକା କରିବ ; ଇରାନ ବୈଦେଶିକ ମନ୍ତ୍ରୀ -
ବିଧାନସଭା ନିର୍ବାଚନ ପୂର୍ବରୁ ଇସ୍ତଫା ଦେଲେ ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ -
ବିଜୁ ବାବୁଙ୍କ ସହ ପୁରୁଣା ଫଟୋ ପୋଷ୍ଟ କଲେ ଦିଲ୍ଲୀପ ରାୟ, ଲେଖିଲେ ମନର କଥା -
ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ଇସ୍ତଫା ହଇଚଇ ସୃଷ୍ଟି କରିଛି, ପ୍ରଶ୍ନ ଉଠାଇଛନ୍ତି ମମତା ବାନାର୍ଜୀ -
କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି ୯ ରାଜ୍ୟରେ ନୂଆ ରାଜ୍ୟପାଳ ଓ ଉପ-ରାଜ୍ୟପାଳ -
ଇରାନର ଶକ୍ତିଶାଳୀ ଯୁଦ୍ଧ ଜାହାଜ ବୁଡ଼ିବା ଘଟଣା, ସମୁଦ୍ରରୁ ୮୭ ଜଣଙ୍କ ମୃତଦେହ ଉଦ୍ଧାର












Click it and Unblock the Notifications