ହିଟୱେଭ ପାଇଁ ସ୍ବାସ୍ଥ୍ୟ ବିଭାଗର ଗାଇଡଲାଇନ, ମେଡିକାଲରେ ଏସି ରୁମ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ହିଟୱେଭ ପାଇଁ ସ୍ୱାସ୍ଥ୍ୟ ବିଭାଗ ଗାଇଡଲାଇନ୍ ଜାରି କରିଛି । ସମସ୍ତ ମେଡିକାଲରେ ସ୍ୱତନ୍ତ୍ର ୱାର୍ଡ ଖୋଲା ଯାଇଛି । ଖରାରେ ନ ବାହାରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।

Heat Wave

ଗ୍ରୀଷ୍ମ ପ୍ରବାହ ନେଇ ରାଜ୍ୟର ସମସ୍ତ ମେଡିକାଲରେ କୁଲର ସହିତ ଏସି ରୁମ ରଖିବାକୁ ନିର୍ଦ୍ଦେଶ ରହିଛି । ଏହାସହ ଔଷଧ ସମେତ ହଠାତ୍ ଏକ ରୋଗୀକୁ ସୁରକ୍ଷିତ ଭାବେ ସ୍ଥାନାନ୍ତରଣ ପାଇଁ ଆମ୍ବୁଲାନ୍ସ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରତି ଜିଲ୍ଲାରେ କଲ୍ ସେଣ୍ଟର କରାଯାଇଛି । ଏନେଇ ସର୍ତକ ରହିବାକୁ ଜିଲ୍ଲାମାନଙ୍କୁ ନିର୍ଦ୍ଦେଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ଜିଲ୍ଲାପାଳ ଓ ସ୍ଵାସ୍ଥ୍ୟ ବିଭାଗର ମିଳିତ ଉଦ୍ୟମରେ ଲୋକଙ୍କୁ ସଚେତନ କରାଇବାକୁ ଜିଲ୍ଲା ପ୍ରଶାସନକୁ କୁହାଯାଇଛି ।

ଆଗାମୀ ୪ ଦିନ ପ୍ରବଳ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି, ତେଣୁ ସମସ୍ତଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ରାଜ୍ୟରେ ଦୁଇ ଦିନ ହେଲା ପ୍ରବଳରୁ ଅତି ପ୍ରବଳ ଖରା ହେଉଛି । ସାଧାରଣ ଜନତା ଅସ୍ତବ୍ୟସ୍ତ ହୋଇ ପଡ଼ୁଛନ୍ତି । ଏପଟେ ଗ୍ରୀଷ୍ମ ପ୍ରବାହକୁ ନେଇ ରାଜ୍ୟରେ ସମସ୍ତ ଅଙ୍ଗନବାଡି ଓ ସ୍କୁଲକୁ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ବନ୍ଦ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+