ରଥଯାତ୍ରାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ, ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଯୋଗାଇ ଦିଆଯିବ ୧୦ ଲକ୍ଷ ମାସ୍କ
ଆଜି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରଥଯାତ୍ରାକୁ ସୂଚାର ରୂପେ ସମ୍ପୂର୍ଣ୍ଣ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ସମସ୍ତ ପ୍ରସ୍ତୁତି କରିଛି ।
ପୁରୀ: ଦିନ କେଇଟା ପରେ ବିଶ୍ୱ ନିଅନ୍ତାଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରାଜ୍ୟରେ ହଠାତ୍ ସଂକ୍ରମଣ ବୃଦ୍ଧି ପାଉଥିବାରୁ ରଥଯାତ୍ରାକୁ ନେଇ ରାଜ୍ୟ ସରକାରଙ୍କ ବଢିଛି ଚିନ୍ତା । ଏନେଇ ଆଜି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରଥଯାତ୍ରାକୁ ସୂଚାର ରୂପେ ସମ୍ପୂର୍ଣ୍ଣ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ସମସ୍ତ ପ୍ରସ୍ତୁତି କରିଛି ।

ଦୁଇବର୍ଷ ପରେ ଭକ୍ତଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ଏହାକୁ ଲକ୍ଷ୍ୟ ରଖି ପୁରୀ ମେଡ଼ିକାଲରେ ୫୦ଟି ଅତିରିକ୍ତ ବେଡ଼ ସମେତ ସ୍ୱତନ୍ତ୍ର ଓଟି, ମେଡ଼ିସିନ ଓ ଅନ୍ୟାନ୍ୟ ସାମଗ୍ରୀ ମହଜୁଦ ରଖାଯାଇଛି । ସେହିପରି ଦୈନିକ ୫୦ ହଜାର ଟେଷ୍ଟିଂ ଓ ଟିକାକରଣ ବଢାଇବା ସହ ୧୦ଲକ୍ଷ ମାସ୍କ ବଣ୍ଟନ ପାଇଁ ନିର୍ଦ୍ଦେଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ଯେଉଁମାନଙ୍କର ଲକ୍ଷଣ ଥିବ, ସେମାନେ ପୁରୀ ନଯିବାକୁ କୁହାଯାଇଛି ।

ସେହିପରି ଦର୍ଶନ ପରେ ଭିଡ ନକରି ଶୀଘ୍ର ଜାଗା ଛାଡିବାକୁ ପରାମର୍ଶ ଦେଇଛି । ସ୍ୱାସ୍ଥ୍ୟ ବିଭାଗ ରଥଯାତ୍ରା ପାଇଁ ପୁରୀରେ ୬୯ ଫାଷ୍ଟଏଡ୍ ସେଣ୍ଟର , ୫୮ଟି ଆମ୍ବୁଲାନସ, ୧୧୪ଟି ଷ୍ଟେଚର୍, ୧୪୫ ଜଣ ଡାକ୍ତର, ପୁରୀ ଓ ପାଖାପାଖି ଅଂଚଳରେ ୨୮୭ ବେଡ୍ର ବ୍ୟବସ୍ଥା କରାଯାଉଛି
ସେହିପରି ଆମ୍ବୁଲାନ୍ସ ସମେତ ସ୍ବେଚ୍ଛାସେବୀ ଓ ମେଡିକାଲ ଅଧିକାରୀ ୨୪ ଘଣ୍ଟା ସେବା ଯୋଗାଇବା ଉପରେ ଗୁରୁତ୍ୱାରୋପ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ମୁତାବକ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଇଛି। କୋଭିଡ଼ ସଂକ୍ରମଣକୁ ନେଇ ସ୍ୱତନ୍ତ୍ର ପଦକ୍ଷେପ ନିଆଯାଇଥିବା ବେଳେ ଭକ୍ତ ମାନଙ୍କ ସ୍ୱାସ୍ଥ୍ୟ ସୁବିଧା ଉପରେ ବିଶେଷ ଧ୍ୟାନ ଦିଆଯାଇଥିବା କହିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ।












Click it and Unblock the Notifications