ଆହୁରି ୨ ଦିନ ଏଭଳି ଅସମ୍ଭାଳ ସ୍ଥିତି, ୮ ଜିଲ୍ଲାକୁ ହିଟ୍ ୱେଭ୍ ଆଲର୍ଟ ଜାରି

ଭୁବନେଶ୍ବର: ଉପକୂଳରୁ ଉପାନ୍ତ ସବୁଠି ତାତି । ଖରାରେ ଆଉଟୁ ପାଉଟୁ ସାରା ରାଜ୍ୟ । ତେବେ ଆହୁରି ୨ ଦିନ ଏଭଳି ଅସମ୍ଭାଳ ସ୍ଥିତି ରହିବ ବୋଲି କହିଛି ପାଣିପାଗ ବିଭାଗ ।

ଆଗାମୀ ଦୁଇ ଦିନ ପାଇଁ ଆଭ୍ୟନ୍ତରୀଣ ୮ ଜିଲ୍ଲାକୁ ହିଟ୍ ୱେଭ ୱାର୍ଣ୍ଣିଂ ଜାରି ହୋଇଛି । ସୁନ୍ଦରଗଡ, ମୟୁରଭଞ୍ଜ, କେଉଁଝର, ଝାରସୁଗୁଡା, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ ଜିଲ୍ଲା କୁ ଦୁଇ ଦିନ ପାଇଁ ସତର୍କ ସୂଚନା ଜାରି କରାଯାଇଛି । ୨୧ ତାରିଖ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବନି । ଏହି ସମୟରେ ଗୁଳୁଗୁଳି ସହ ଗରମ ଅଧିକ ଅନୂଭବ ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

Odisha: Heat Wave Alert Issued to 8 Districts

ବାୟୁମଣ୍ଡଳ ଉପରି ଭାଗରେ ଏକ ଗୁରୁଚାପ ବଳୟ ରହିଛି, ଫଳରେ ଶୁଷ୍କ ବାୟୁ ରାଜ୍ୟକୁ ପ୍ରବେଶ କରୁଛି । ତେଣୁ ଆସନ୍ତା ଦୁଇ ଦିନ ଏଭଳି ତାପମାତ୍ରା ଅଧିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସେପଟେ ଆଜି ଭୁବନେଶ୍ୱର ଦିନ ସାଢ଼େ ଦୁଇଟା ସୁଦ୍ଧା ତାପମାତ୍ରା ୪୨.୨ ଡ଼ିଗ୍ରୀ ରେକର୍ଡ କରାଯାଇଛି । ସେହିପରି ୪୨ ଦଶମିକ ୬ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ସେହିପରି ସମ୍ବଲପୁରରେ ୪୨.୨ ଡ଼ିଗ୍ରୀ, କେନ୍ଦୁଝରରେ ୪୧.୦ ଡ଼ିଗ୍ରୀ, ହୀରାକୁଦରେ ୪୧.୦ ଡ଼ିଗ୍ରୀ, ଚାନ୍ଦବାଲିରେ ୪୦.୮ଡ଼ିଗ୍ରୀ, ବାଲେଶ୍ୱରରେ ୩୫.୮ ଡ଼ିଗ୍ରୀ, ପୁରୀରେ ୩୪.୫ ଡ଼ିଗ୍ରୀ, ଗୋପାଳପୁରରେ ୩୩.୬ ଡ଼ିଗ୍ରୀ ଓ ପାରାଦୀପରେ ତାପମାତ୍ରା ୩୨.୮ ଡ଼ିଗ୍ରୀ ରେକର୍ଡ କରାଯାଇଛି ।

ତେବେ ୨୧ ତାରିଖରେ ପାଗରେ ସାମାନ୍ୟ ପରିବର୍ତ୍ତନ ଦେଖାଦେବ । ତାତିରୁ ଆଶ୍ୱସ୍ତି ମିଳିବ । ଅର୍ଥାତ ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୨୨ ତାରିଖରେ ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘଜ୍ରପାତ ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ୨୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ହେବ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+