ଅତିଷ୍ଠ କଲାଣି ତାତି: ଆଜି ୧୧ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ
Heat Wave Alert: ସାରା ରାଜ୍ୟରେ ବର୍ଷୁଛି ନିଆଁ । ଦିନକୁ ଦିନ ବଢ଼ିବାରେ ଲାଗିଛି ତାପମାତ୍ରା । ଆଜି ଦିନ ୨ଟା ୩୦ ସୁଦ୍ଧା ଝାରସୁଗଡାରେ ତାପମାତ୍ରା ୪୩.୨ ଡିଗ୍ରୀ ରେକର୍ଡ ହୋଇଛି ।
ସେହିଭଳି ସମ୍ବଲପୁରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଭୁବନେଶ୍ୱରରେ ତାପମାତ୍ରା ୪୧.୮ ଡିଗ୍ରୀ ରେକର୍ଡ ହୋଇଛି । ହୀରାକୁଦରେ ତାପମାତ୍ରା ୪୧.୬ ଡିଗ୍ରୀ ରହିଛି ।

ସେପଟେ ଆଜି ପାଇଁ ୧୧ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକ ହେଲା ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗିର, ଦେବଗଡ଼ ଓ ଅନୁଗୁଳ ।
ତେବେ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ଆହୁରି ୨ ଦିନ ତାତିରୁ ମୁକ୍ତି ମିଳିବ ନାହିଁ । ୨୧ ତାରିଖ ପର୍ଯ୍ୟନ୍ତ ପାଗରେ କୌଣସି ପରିବର୍ତନ ହେବା ସମ୍ଭାବନା କମ୍ । ୨୧ ତାରିଖ ଅପରାହ୍ଣରୁ ଧୀରେ ଧୀରେ ପାଗ ବଦଳିବା ସମ୍ଭାବନା ରହିଛି । ସେହିଦିନ କିଛି ସ୍ଥାନରେ ବର୍ଷା ହୋଇପାରେ । ୨୨ ତାରିଖରୁ କାଳବୈଶାଖୀ ବର୍ଷା ବଢିବା ସମ୍ଭାବନା ରହିଛି । ୨୩ ଓ ୨୪ ତାରିଖ ବେଳକୁ ପଶ୍ଚିମରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିପାରେ ।












Click it and Unblock the Notifications