Odisha Heat Wave: ବଢ଼ୁଛି ତାତି, କଲବଲ ଓଡ଼ିଶାବାସୀ, ଅଂଶୁଘାତ ନେଉଛି ଜୀବନ, ୭୨ ଘଣ୍ଟାରେ ୯୯ ମୃତ୍ୟୁ !

ବଢ଼ୁଛି ତାତି, କଲବଲ ଓଡ଼ିଶାବାସୀ । ରାଜ୍ୟରେ ଏବେ ଦିନକୁ ଦିନ ବଢ଼ିବାରେ ଲାଗିଛି ଅସ୍ୱାଭାବିକ ମୃତ୍ୟୁ। ବିଶେଷକରି ପଶ୍ଚିମ ଓଡ଼ିଶାରେ ଏପରି ମୃତ୍ୟୁ ବଢ଼ିବାରେ ଲାଗିଛି ।

ଭୀଷଣ ଗରମରେ ଆଉଟୁ ପାଉଟୁ ସାରା ଦେଶ। ଏପଟେ ଅଶୁଂଘାତ ସାଜିଛି ପ୍ରାଣଘାତୀ। ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ହେଉଥିବାବେଳେ ଅଶୁଂଘାତ ଗୋଟିକ ପରେ ଗୋଟିଏ ଲୋକଙ୍କ ଜୀବନ ନେଇ ଚାଲିଛି। ରାଜ୍ୟର ୮ଟି ସ୍ଥାନରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଛି। ଅନ୍ୟପଟେ ଦେଶରେ ଅଶୁଂଘାତ ବା ହିଟ୍‌ଷ୍ଟ୍ରୋକରେ ହେଉଥିବା ମୃତ୍ୟୁସଂଖା ଉଗ୍ର ରୂପ ଧାରଣ କରିଛି। ଯେଉଁଥିରେ ଓଡ଼ିଶାରେ ୭୨ଘଣ୍ଟା ମଧ୍ୟରେ ୯୯ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ୨୦ଟି ସେଥିରୁ ଅଂଶୁଘାତ ନେଇ ସ୍ପଷ୍ଟ ହୋଇଥିବା ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।

Odisha Heat Wave

ରାଉରକେଲା ସହରରେ ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା ୩୫କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୬ ଜଣଙ୍କ ମୃତ୍ୟୁ ଅଂଶୁଘାତ ଜନିତ । ଏନେଇ ସୂଚନା ଦେଇଛନ୍ତି ଅତିରିକ୍ତ ଜିଲ୍ଲାପାଳ । ୪ ଜଣଙ୍କର ମୃତଦେହକୁ ସେମାନଙ୍କ ପରିବାର ଲୋକେ ନେଇଯାଇଥିବାରୁ ବ୍ୟବଚ୍ଛେଦ ହୋଇପାରିନି ।

ଅବଶିଷ୍ଟ ସମସ୍ତ ମୃତକଙ୍କ ଶବ ବ୍ୟବଚ୍ଛେଦ କରାଯାଇଛି । ରାଉରକେଲା ତହସିଲଦାର ଓ ମେଡିକାଲ ଟିମ୍ ଏନେଇ ତଦନ୍ତ କରୁଛନ୍ତି । ଗତକାଲିଠାରୁ ଆଜି ପର୍ଯ୍ୟନ୍ତ ଆଉ ରୋଗୀ ସଂଖ୍ୟା ବୃଦ୍ଧି ହୋଇନାହିଁ । ଏସବୁ ଭିତରେ ରାଜ୍ୟବ୍ୟାପୀ ଆସିଥିବା ୧୪୧ଟି ଅଭିଯୋଗ ମଧ୍ୟରୁ ୨୬ ଜଣଙ୍କ ମୃତ୍ୟୁ କେବଳ ଅଂଶୁଘାତଜନିତ ବୋଲି SRCଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ସେପଟେ ଆହୁରି ୨ ଦିନ ଯାଏଁ ପଶ୍ଚିମ ଓଡ଼ିଶାରେ ହିଟୱେଭ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ପାଇଁ ବଲାଙ୍ଗିର, ବରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ କଳାହାଣ୍ଡି, ନୂଆପଡ଼ା, ସୁବର୍ଣ୍ଣପୁର ଓ ସମ୍ବଲପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏପଟେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରହିବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+