ପୁଣି ଅସହ୍ୟ ହେଲାଣି ତାତି, ସାଢ଼େ ୧୧ଟା ସୁଦ୍ଧା ୪୦ ପାର ପାରଦ: ଆଗକୁ ଆହୁରି ବଢିବ
ଭୁବନେଶ୍ୱର: ୧୧ଟା ବେଳୁ ୪୦ ପାର୍ । ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ସମ୍ବଲପୁର ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି ।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ସମ୍ବଲପୁରରେ ସର୍ବାଧିକ ୪୦.୨ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ, ଝାରସୁଗୁଡାରେ ୪୦, ହୀରାକୁଦରେ ୩୯, କେନ୍ଦୁଝରରେ ୩୬.୨ ଡ଼ିଗ୍ରୀ, ଚାନ୍ଦବାଲିରେ ୩୬, ଭୁବନେଶ୍ୱରରେ ୩୫.୪ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ବାଲେଶ୍ୱରରେ ୩୪.୪, ଗୋପାଳପୁରରେ ୩୩.୪ ଡ଼ିଗ୍ରୀ, ପୁରୀରେ ୩୩, ପାରାଦୀପରେ ୩୨.୬ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।
ତେବେ ଗତକାଲି ମଧ୍ୟ ରାଜ୍ୟର ୧୮ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିଥିଲା । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓ ବାତ୍ୟା ପ୍ରଭାବରେ ତାତିରୁ ଆଶ୍ୱସ୍ତି ମିଳିବ ବୋଲି ଆଶା ଥିଲା । ହେଲେ ବାତ୍ୟା ବାଂଲାଦେଶ ମୁହାଁ ହେବାକୁ ଥିବାବେଳେ କୌଣସି ପ୍ରଭାବ ରାଜ୍ୟ ଉପରେ ପଡ଼ିବ ନାହିଁ ।
ସେପଟେ ଆଗାମୀ ୫ ଦିନ ଯାଏ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ । ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ କିମ୍ବା ତା ଠାରୁ ଅଧିକ ରହିବ । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଖରା ସହ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବାକୁ ଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ଏ ସ୍ଥିତି ଆଉ ୫ ଦିନ ଲାଗି ରହିବ ।












Click it and Unblock the Notifications