୪୫ ଡିଗ୍ରୀ ପାର୍ ହେଲା ୭ ସହର ତାପମାତ୍ରା, ୪୬ ଡିଗ୍ରୀ ସହ ସମ୍ବଲପୁର ସବୁଠୁ ଉତ୍ତପ୍ତ
ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଉପକୂଳ ଠାରୁ ପଶ୍ଚିମ ଓଡ଼ିଶା ଯାଏଁ ତାତିରୁ ନିସ୍ତାର ନାହିଁ । ଆଜି ରାଜ୍ୟର ୭ଟି ସ୍ଥାନରେ ପାରଦ ୪୫ ଡିଗ୍ରୀ ଉପରେ ରହିଥିବା ବେଳେ ସମ୍ବଲପୁରରେ ରାଜ୍ୟର ସର୍ବୋଚ୍ଚ ଦିନ ତାପମାତ୍ରା ୪୬ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଆଜି ରାଜ୍ୟର ୨୨ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛଇ ।
ସେହିଭଳି ସୋନପୁରରେ ୪୫.୮ ଡିଗ୍ରୀ, ହୀରାକୁଦ ଓ ବୌଦ୍ଧରେ ୪୫.୫ ଡିଗ୍ରୀ, ଝାରସୁଗୁଡ଼ାରେ ୪୫.୨ ଡିଗ୍ରୀ, ବଲାଙ୍ଗିର ଓ ସୁନ୍ଦରଗଡ଼ରେ ୪୫ ଡିଗ୍ରୀ, ବରଗଡ଼ରେ ୪୪.୨ ଡିଗ୍ରୀ, ଟିଟିଲାଗଡ଼ ଓ ରାଉରକେଲାରେ ୪୩.୫ ଡିଗ୍ରୀ, ନୟାଗଡ଼ରେ ୪୩.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ଭୁବନେଶ୍ୱରରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୧.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ କଟକରେ ପାରଦ ୪୦.୨ ଡିଗ୍ରୀ ରହିଛି । ଆଜି ବି ରାଜ୍ୟର ୨୨ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିଛି ।
ଅନ୍ୟପଟେ ଆସନ୍ତା ୨୦ ତାରିଖରୁ ହିଁ ତାତି କମିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର କହିବା ଅନୁସାରେ, ଆଗାମୀ ୨୦ ଜୁନରୁ ପରବର୍ତ୍ତୀ ୨ ଦିନ ମଧ୍ୟରେ ଦିନ ତାପମାତ୍ରା ୩ ରୁ ୫ ଡ଼ିଗ୍ରୀ ଯାଏଁ ତଳକୁ ଖସିବା ସମ୍ଭାବନା ରହିଛି । ସେହିପରି ୨୧ ଜୁନ ରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ଥିବାବେଳେ ୨୨ ଜୁନ ରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ର ସମ୍ଭାବନା ରହିଛି ।
ଆସନ୍ତାକାଲି ଅର୍ଥାତ ୧୯ ତାରିଖରେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ନୂଆପଡ଼ା, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।












Click it and Unblock the Notifications