ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି: ଆଜି ୪୩ ଡିଗ୍ରୀ ସହ ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର: ଆଜି ରାଜ୍ୟରେ ତାପମାତ୍ରା ସାମାନ୍ୟ କମିଥିବା ବେଳେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହୋଇଛି । ଝାରସୁଗୁଡ଼ାରେ ରାଜ୍ୟର ସର୍ବୋଚ୍ଚ ଦିନ ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ କରାଯାଇଛି । ଆଜି ୪୧ ଡିଗ୍ରୀ ଉପରେ ୧୦ ସହର ରହିଥିବା ବେଳେ ୪୨ ଡିଗ୍ରୀ ଟପିଛି ୪ ସହର ।

ଅପରାହ୍ଣ ୨ଟା ୩୦ ସୁଦ୍ଧା ସମ୍ବଲପୁର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି । ୪୨.୨ ଡିଗ୍ରୀ ସହ ଉତ୍ତପ୍ତ ସହର ପାଲଟିଛି ସମ୍ବଲପୁର । ଝାରସୁଗୁଡାରେ ତାପମାତ୍ରା ୪୧.୬, ହୀରାକୁଦ-୪୦.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

Odisha Heat Wave

ସେହିପରି ବୌଦ୍ଧର ସର୍ବୋଚ୍ଚ ତାପମାତ୍ରା ୪୨.୫ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ସମ୍ବଲପୁରରେ ୪୨.୪ ଡିଗ୍ରୀ, ତାଳଚେରରେ ୪୨.୨ ଡିଗ୍ରୀ, ସୁନ୍ଦରଗଡ଼, ଟିଟିଲାଗଡ଼ ଓ ମାଲକାନଗିରିରେ ୪୧.୫ ଡିଗ୍ରୀ, ବଲାଙ୍ଗିରରେ ୪୧.୨ ଡିଗ୍ରୀ, ଅନୁଗୁଳରେ ୪୧.୧ ଡିଗ୍ରୀ ଓ ରାଉରକେଲାରେ ପାରଦ ୪୧ ଡିଗ୍ରୀ ରହିଛି । ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରରେ ପାରଦ ୪୦ ଡିଗ୍ରୀ ରେକର୍ଡ ହୋଇଛି ।

ସେପଟେ ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ହେବ । ପ୍ରଭାବରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୧୭ ତାରିଖ ଲାଗି ଘଡ଼ଘଡ଼ି ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

୧୮ ତାରିଖରେ ୧୧ ଜିଲ୍ଲା, ୧୯ ତାରିଖରେ ୧୫ ଜିଲ୍ଲା, ୨୦ ତାରିଖରେ ୨୩ ଜିଲ୍ଲାକୁ ଘଡ଼ଘଡ଼ି ବର୍ଷା ନେଇ ୟେଲୋ ଆଲର୍ଟ ଦେଇଛି ପାଣିପାଗ ବିଭାଗ । ଆସନ୍ତା ୩ ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ । ତଥାପି ଦିନ ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+