ତାତିରେ ଲାଗିଲା ବ୍ରେକ୍, ଆଜିଠୁ ରାଜ୍ୟରେ ବର୍ଷା

ଭୁବନେଶ୍ୱର: ଆଜିଠୁ ଆସନ୍ତା ଦୁଇ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଯାହାର ପ୍ରଭାବରେ ରାଜ୍ୟରେ ତାତିରେ ବ୍ରେକ୍ ଲାଗିବା ସହ କୋହଲା ପାଗ ଜାରି ରହିଛି ।

ଆଜି ୧୮ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୁରଭଞ୍ଜକୁ ସତର୍କତା ଜାରି ହୋଇଛି ।

Odisha Heat Wave

ସେହିପରି ପଶ୍ଚିମ ଓଡ଼ିଶାର ବୌଦ୍ଧ, କଳାହାଣ୍ଡି, ଦକ୍ଷିଣ ଓଡ଼ିଶାର କୋରାପୁଟ, ରାୟଗଡ଼ା, ମାଲକାନଗିରିରେ ବର୍ଷା ହେବ । ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ କୁଆପଥର ବୃଷ୍ଟି ନେଇ ୮ ଜିଲ୍ଲାକୁ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ବର୍ଷା ସମୟରେ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ବହିବ ପବନ । ଏଥିପାଇଁ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କୁ ମୁକାବିଲା ନେଇ ଚିଠି ଲେଖିଛନ୍ତି ଏସ୍ଆରସି ।

ଅନ୍ୟପଟେ ୨୪ ତାରିଖରେ ଅନୁଗୋଳ, ଢେଙ୍କାନାଳ, ଯାଜପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳରେ କୁଆପଥର ମାଡ଼ ହେବା ନେଇ ସମ୍ଭାବନା ରହିଥିବା ବେଳେ କଟକ, ଯାଜପୁର, ଢେଙ୍କାନାଳ, ରାୟଗଡ଼ା ଓ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୫ ଓ ୨୬ ତାରିଖରେ କାଳବୈଶାଖୀର ପ୍ରଭାବ କ୍ରମଶଃ କମିବ। ସେହିପରି ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+