ଆଜି ୪ ଜିଲ୍ଲାକୁ ହିଟ ୱେଭ ୱାର୍ଣ୍ଣିଂ, ୧୬ରୁ ବଦଳି ପାରେ ପାଗ
ଭୁବନେଶ୍ବର: ଆଜିଠୁ ସାରା ରାଜ୍ୟରେ ଆହୁରି ବଢିବ ତାତି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା ପାଇଁ ହିଟ ୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଆଜି ବି କିଛି ଜିଲ୍ଲାରେ ପାରଦ ୪୩ ଡିଗ୍ରୀ ଛୁଇଁବା ଆଶଙ୍କା ରହିଛି ।
ସେହିପରି ୧୪ ତାରିଖରେ ୮ ଟି ଜିଲ୍ଲା ଏବଂ ୧୫ ତାରିଖରେ ୯ ଜିଲ୍ଲାକୁ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ସତର୍କତା ଜାରି କରାଯାଇଛି । ନିହାତି ଦରକାର ନ ପଡିଲେ ଲୋକଙ୍କୁ ଦିନ ୧୧ଟାରୁ ୨ଟା ପର୍ଯ୍ୟନ୍ତ ଘରୁ ନ ବାହାରବାକୁ କୁହାଯାଇଛି ।

ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ୪୦ ରୁ ୪୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ରେକର୍ଡ ହୋଇପାରେ । ସେହିଭଳି ଉପକୂଳ ଓଡ଼ିଶାର ଖୋର୍ଦ୍ଧା, ପୁରୀ, ନୟାଗଡ, ଜଗତସିଂହପୁର, ଯାଜପୁର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାରେ ମଧ୍ୟ ତାତି ୪୦ ଡିଗ୍ରୀ ଅତିକ୍ରମ କରିବ । ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପିକ୍ ଆଓ୍ବାର ଘୋଷଣା କରିଛି ପାଣିପାଗ କେନ୍ଦ୍ର ।
ତେବେ ୧୬ ତାରିଖରେ ଏଥିରେ ବ୍ରେକ ଲାଗିବ । ପାଗରେ ପରିବର୍ତ୍ତନ ହେବା ସହ ରାଜ୍ୟର କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରୁ ବାୟୁପ୍ରବାହ ସମ୍ଭାବନା ହେତୁ ଉତ୍ତର ଉପକୂଳ ସମେତ, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ମୟୁରଭଞ୍ଜ, କେନ୍ଦୁଝର ଜିଲ୍ଲାରେ ବର୍ଷାର ସମ୍ଭାବନ ରହିଛି ।












Click it and Unblock the Notifications