ଦିନ ୧୧ରୁ ସାଢ଼େ ୩ ପର୍ଯ୍ୟନ୍ତ ଶ୍ରମିକଙ୍କୁ କାମ କରିବାକୁ ମନା; ପର୍ଯ୍ୟାପ୍ତ ଜଳଛତ୍ର ଖୋଲିବାକୁ ନିର୍ଦ୍ଦେଶ

ରୌଦ୍ରତାପ ଜନିତ ଅଂଶୁଘାତ ରୋକିବାକୁ ସରକାରଙ୍କ ପଦକ୍ଷେପ। ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପକ୍ଷରୁ ନିର୍ଦ୍ଦେଶାବଳୀ। ଖରାରେ ଦିନ ୧୧ରୁ ସାଢ଼େ ୩ ପର୍ଯ୍ୟନ୍ତ ଶ୍ରମିକଙ୍କୁ କାମ କରିବା ମନା।

ଏପ୍ରିଲରୁ ଜୁନ୍‌ ୧୫ ପର୍ଯ୍ୟନ୍ତ ଶ୍ରମିକଙ୍କ ଉପରେ ନଜର ପାଇଁ ନିର୍ଦ୍ଦେଶ ଦେଲେ ସରକାର । ସମସ୍ତ ରାଜସ୍ବ କମିଶନର ଓ ଜିଲ୍ଲାପାଳଙ୍କୁ ବିହିତ ପଦକ୍ଷେପ ନିର୍ଦ୍ଦେଶ। ଅତ୍ୟାବଶ୍ୟକୀୟ ସେବା ସହ ଜଡ଼ିତ ଶ୍ରମିକଙ୍କୁ ସ୍ବତନ୍ତ୍ର ବ୍ୟବସ୍ଥା ପରାମର୍ଶ।

ଜଳୁଛି ରାଜଧାନୀ ଭୁବନେଶ୍ୱର । ତାପମାତ୍ରା ୪୪ ଡିଗ୍ରୀ ପାର୍ । ସର୍ବାଧିକ ତାପମାତ୍ରା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା । ଆଜି ତାପମାତ୍ରା ଆହୁରି ବଢ଼ିବା ନେଇ ଆଶଙ୍କା କରୁଛି ପାଣିପାଗ ବିଭାଗ ।

heave heat

ସେପଟେ ପ୍ରମୁଖ ସହରରେ ପର୍ଯ୍ୟାପ୍ତ ଜଳଛତ୍ର ଖୋଲିବାକୁ ନିର୍ଦ୍ଦେଶ । ବିଭିନ୍ନ ମହାନଗର କମିଶନରଙ୍କୁ ଏସ୍‌ଆର୍‌ସି ଅଫିସରୁ ଚିଠି। ଖରା ବଢୁଥିବାରୁ ପର୍ଯ୍ୟାପ୍ତ ଜଳଛତ୍ର ଖୋଲିବାକୁ କୁହାଗଲା। ବିଭିନ୍ନ ଛକରେ ବିଶ୍ରାମ ଗୃହ, ଜଳଛତ୍ର ନଥିବା ସାମ୍ନାକୁ ଆସିବା ପରେ ପଦକ୍ଷେପ ।

ଗତକାଲି ରାଜ୍ୟର ୧୧ଟି ସହରରେ ପାରଦ ଥିଲା ୪୦ ଡିଗ୍ରୀ ଉପରେ। ୪୨ ଡିଗ୍ରୀ ସହ ମାଲକାନଗିରି ଓ ବୌଦ୍ଧ ଚଳିତ ସିଜିନରେ ସର୍ବୋଚ୍ଚ ଦିନ ତାପମାତ୍ରା ରେକର୍ଡ କରାଯାଇଥିଲା । ସେହିପରି ଅନୁଗୁଳ ଓ ବଲାଙ୍ଗିର ୪୧.୭ ଏବଂ ଝାରସୁଗୁଡ଼ାରେ ୪୧.୬ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ବରରେ ଗତକାଲି ପାରଦ ୩୭ଦଶମିକ ୪ ଡିଗ୍ରୀ ଥିଲେ ବି ପ୍ରବଳ ଗୁଳୁଗୁଳି ଅନୁଭୁତ ହୋଇଛି।ପାଣିପାଗ ବିଭାଗର ସୂଚନା ଅନୁଯାୟୀ ରାଜ୍ୟରେ ଗରମ ସହ ଅନେକ ସ୍ଥାନରେ ୫୦ରୁ ୭୦ ପ୍ରତିଶତ ଆର୍ଦ୍ରତା ରହୁଛି। ଏଭଳି ଉଷ୍ମ ଓ ଆର୍ଦ୍ର ସ୍ଥିତି ୩ ଦିନ ଲାଗି ରହିବ।

ତେବେ ୬, ୭, ୮ ଓ ୯ ତାରିଖରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।ସେହିଭଳି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ବାହାରେ ସମାବେଶ ନକରିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି । ନିର୍ବାଚନୀ ରାଲି ଓ ମେଳିରେ ସତର୍କତା ଅବଲମ୍ବନ ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+