ଆଗାମୀ ୩ ଦିନ ଯାଏଁ ପ୍ରବଳ ବର୍ଷା, ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

weather report

ଭୁବନେଶ୍ବର: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଗତ କିଛି ଦିନ ହେବ ବର୍ଷା ଲାଗି ରହିଛି । ବିଜୁଳି ଘଡ଼ଘଡ଼ି ହେବା ସହ କେତେକାଂଶ ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଛି । ଆଜି ୨୫ ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୨୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଉକ୍ତ ୨୫ ଜିଲ୍ଲାଗୁଡ଼ିକ ହେଲା- କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା କଟକ, ଜଗତସିଂହପୁର, ସୁବର୍ଣ୍ଣପୁର, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼, ଦେବଗଡ଼, ନୂଆପଡ଼ା ଓ ଝାରସୁଗୁଡ଼ା । ତେବେ ଘଡ଼ଘଡ଼ି ସହ ବର୍ଷା ହେବ । ଏଥିସହ ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବା କୁହାଯାଇଛି ।

ସେପଟେ ଆଗାମୀ ୩ ଦିନ ରାଜ୍ୟରେ ଏପରି ସ୍ଥିତି ଲାଗି ରହିବ ବୋଲି କହିଛି ପାଣିପାଗ କେନ୍ଦ୍ର । ଏପ୍ରିଲ୍ ପହିଲା ଯାଏଁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ଝଡ଼-ପବନ ହେବ । ଆସନ୍ତା ୩୧ ତାରିଖରେ ସର୍ବାଧିକ ପ୍ରଭାବ ପଡ଼ିବା । ସେହିପରି ୧ ତାରିଖରେ ରାଜ୍ଯରେ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।

ଏଥିମଧ୍ଯରୁ ୧୨ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଉକ୍ତ ୧୨ ଜିଲ୍ଲା ଗୁଡ଼ିକ ହେଲା- ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ।

ସେହିପରି ୨ ତାରିଖ ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ୧୭ ଜିଲ୍ଲାଗୁଡ଼ିକ ହେଲା- ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନାଗିରି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+