ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା; ଏହି ସବୁ ଜିଲ୍ଲା ଆଲର୍ଟ

ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା । ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକକୁ ଆଲର୍ଟ । ଅନୁଗୁଳ, ଢେଙ୍କାନାଳ ଓ ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ।

odisha Heavy rain in the state

ଆସନ୍ତା ୨ଦିନ କେତେକ ଜିଲାରେ ବର୍ଷା ସମ୍ଭାବନା ରହିଥିବାବେଳେ ୨୬ରୁ ବର୍ଷାର ପରିମାଣ ବଢ଼ିବ। ସୋମବାର କେନ୍ଦୁଝର ଓ ମୟୁରଭଞ୍ଜରେ ବିଜୁଳି ଘଡ଼ଘଡି ସହ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହି ଦୁଇ ଜିଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିବାର ସମ୍ଭାବନା ରହିଛି। ଏହି ଦୁଇ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ବଜ୍ରପାତ ନେଇ ୨୫ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ସେହିପରି ୨୫ ତାରିଖ ପଯର୍‌ୟନ୍ତ ବିଭିନ୍ନ ଜିଲାରେ ବର୍ଷା ପବନ ନେଇ ସତର୍କ ସୂଚନା ଜାରି କରାଯାଇଛି। ମାତ୍ର ୨୬ ତାରିଖରୁ ବର୍ଷାର ପରିମାଣ ବଢ଼ିବା ସହ ଅଧିକାଂଶ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏନେଇ ସମ୍ପୃକ୍ତ ଜିଲାଗୁଡ଼ିକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ୨୭ ତାରିଖ ସକାଳ ୮ଟା ୩୦ ପଯର୍‌ୟନ୍ତ ଅରେଞ୍ଜ ଓ୍ବାର୍ନିଂ ବଳବତ୍ତର ରହିବ । ବଜ୍ରପାତ ସମୟରେ ଜନସାଧାରଣ ସତର୍କ ରହିବା ସହ ବାହାରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+