Get Updates
Get notified of breaking news, exclusive insights, and must-see stories!

ସରକାରୀ ଚାକିରିଆଙ୍କ ପାଇଁ ଖୁସି ଖବର: ପେନସନ କାମ ପାଇଁ ମିଳିବ ଏହି ସୁବିଧା

ସରକାରୀ ଚାକିରିଆ ମାନଙ୍କ ନିମନ୍ତେ ଖୁସି ଖବର । ବିଭିନ୍ନ ପଦବୀରେ ସରକାରୀ ଚାକିରିଆ ଭାବେ କାର୍ଯ୍ୟରତ ଅଧିକାରୀ ଓ କର୍ମଚାରୀ ମାନଙ୍କ ନିୟମାନୁଯାୟୀ ସମୟ ଭିତ୍ତିକ ପଦୋନ୍ନତି ଏବଂ ଚାକିରୀରୁ ଅବସର ଗ୍ରହଣ ପରେ ସହଜରେ ସେମାନଙ୍କୁ ପେନ୍ସନ୍ ପ୍ରଦାନ ନିମନ୍ତେ ବର୍ତ୍ତମ

ଭୁବନେଶ୍ୱର: ସରକାରୀ ଚାକିରିଆ ମାନଙ୍କ ନିମନ୍ତେ ଖୁସି ଖବର । ବିଭିନ୍ନ ପଦବୀରେ ସରକାରୀ ଚାକିରିଆ ଭାବେ କାର୍ଯ୍ୟରତ ଅଧିକାରୀ ଓ କର୍ମଚାରୀ ମାନଙ୍କ ନିୟମାନୁଯାୟୀ ସମୟ ଭିତ୍ତିକ ପଦୋନ୍ନତି ଏବଂ ଚାକିରୀରୁ ଅବସର ଗ୍ରହଣ ପରେ ସହଜରେ ସେମାନଙ୍କୁ ପେନ୍ସନ୍ ପ୍ରଦାନ ନିମନ୍ତେ ବର୍ତ୍ତମାନ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି ।

ଚାକିରିରୁ ଅବସର ଗ୍ରହଣ ପରେ ଦୀର୍ଘ୍ୟ ଦିନଧରି ପେନସନ୍ ପାଇନଥିବା କର୍ମଚାରୀମାନେ ଏଣିକି ଜିଲ୍ଲାସ୍ତରୀୟ କାର୍ଯ୍ୟାଳୟରେ ପେନସନ୍ ନିମନ୍ତେ ଆବେଦନ କରିପାରିବେ । ଏଥି ନିମନ୍ତେ ସମସ୍ତ ସହଯୋଗ କରିବାକୁ ବିଭିନ୍ନ ବିଭାଗର ନିର୍ଦ୍ଦେଶକଙ୍କ ମାଧ୍ୟମରେ ସଂପୃକ୍ତ ଜିଲ୍ଲାସ୍ତରୀୟ ମୁଖ୍ୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Government Employee

ଏ ସଂକ୍ରାନ୍ତୀୟ ଏକ ଉଚ୍ଚସ୍ତରୀୟ ବୈଠକ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଖୁବଶୀଘ୍ର ପେନସନ୍ ଅଦାଲତ ଅନୁଷ୍ଠିତ ହେବ। ଏଥି ନିମନ୍ତେ ତାରିଖ ଓ ସ୍ଥାନ ଘୋଷଣା କରାଯିବ। ଏଥି ପୂର୍ବରୁ ଜିଲ୍ଲାସ୍ତରୀୟ ଅଧିକାରୀମାନେ ସେମାନଙ୍କ କାର୍ଯ୍ୟାଳୟରୁ ଅବସର ଗ୍ରହଣ କରି ପେନସନ୍ ପାଇନଥିବା କର୍ମଚାରୀଙ୍କୁ ଯୋଗାଯୋଗ କରି ସମସ୍ତ ଆବଶ୍ୟକୀୟ କାଗଜପତ୍ର ନିମନ୍ତେ ସହଯୋଗ କରିବେ ।

ଏଥି ନିମନ୍ତେ ପ୍ରତି କାର୍ଯ୍ୟାଳୟରେ ହେଲ୍ପଡେସ୍କ ଖୋଲାଯିବ । ଏହାଦ୍ୱାରା କର୍ମଚାରୀମାନେ ସହଜରେ ଆବଶ୍ୟକୀୟ ପେନସନ୍ କାଗଜପତ୍ର ପ୍ରଦାନ କରିପାରିବେ ବୋଲି ଶ୍ରୀ ମହାପାତ୍ର କହିଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା, ରାଜସ୍ୱ, ପଂଚାୟତି ରାଜ, ଗୃହ, ଗ୍ରାମ୍ୟ ଉନ୍ନୟନ ଓ ଜଙ୍ଗଲ ବିଭାଗରେ ଅଧିକ ସଂଖ୍ୟକ କର୍ମଚାରୀ ଥିବାରୁ ଏଥି ନିମନ୍ତେ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ବିଭାଗୀୟ ନିର୍ଦ୍ଦେଶକମାନଙ୍କୁ ପରାମର୍ଶ ଦିଆଯାଇଛି । ସଂପୃକ୍ତ ବିଭାଗର ନିର୍ଦ୍ଦେଶକମାନେ ସେମାନଙ୍କ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କୁ ଏଥି ନିମନ୍ତେ ଆବଶ୍ୟକୀୟ ନିର୍ଦ୍ଦେଶ ଦେବାକୁ କୁହାଯାଇଛି ।

ଏପରିକି ବିଭିନ୍ନ ତଥ୍ୟ ଅଭାବରୁ, ବୟସାଧିକ, ସ୍ୱାମୀ କିମ୍ୱା ସ୍ତ୍ରୀଙ୍କ ମୃତ୍ୟୁ କାରଣରୁ ପେନସନ୍ରୁ ବଞ୍ଚିତ କର୍ମଚାରୀଙ୍କ ଘରୁ ପେନସନ୍ ପତ୍ର ସଂଗ୍ରହ କରିବାକୁ ଜିଲ୍ଲାସ୍ତରୀୟ କାର୍ଯ୍ୟାଳୟର ମୁଖ୍ୟ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଥି ନିମନ୍ତେ ଆବଶ୍ୟକ ପଡିଲେ ଅନଲାଇନ ମାଧ୍ୟମରେ ପେନସନ୍ ପତ୍ର ସଂଗ୍ରହ କରିବାକୁ ପଦକ୍ଷେପ ଗ୍ରହଣ କରାଯିବ ।

ଏତତ୍ ବ୍ୟତୀତ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ନିୟମାନୁଯାୟୀ ଯୋଗ୍ୟତା ଭିତ୍ତିକ ପଦୋନ୍ନତି ନିମନ୍ତେ ମଧ୍ୟ ଅଦାଲତ ଅନୁଷ୍ଠିତ ହେବ । ଏଥି ନିମନ୍ତେ ମୁଖ୍ୟ ଶାସନ ସଚିବଙ୍କ ସମେତ ୭ ଜଣ ବରିଷ୍ଠ ଅଧିକାରୀ ଅଦାଲତ କରିବେ । ସେମାନଙ୍କ ମଧ୍ୟରେ ବିଭିନ୍ନ ବିଭାଗ ବଣ୍ଟନ କରାଯିବ । ତିନି ଦିନ ଧରି ଏହି ଅଦାଲତ ଅନୁଷ୍ଠିତ ହେବ । ଖୁବଶୀଘ୍ର ଏଥି ନିମନ୍ତେ ତାରିଖ ଓ ସ୍ଥାନ ଘୋଷଣା କରାଯିବ ।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ପ୍ରମୁଖ ଶାସନ ସଚିବ ସୁରେନ୍ଦ୍ର କୁମାର, ବିଭିନ୍ନ ବିଭାଗୀୟ ପ୍ରମୁଖ ଶାସନ ସଚିବ ଏବଂ ଶାସନ ସଚିବ ପ୍ରମୁଖ ଉପସ୍ଥିତ ଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+