Get Updates
Get notified of breaking news, exclusive insights, and must-see stories!

କନିଷ୍ଠ ଶିକ୍ଷକ ନିଯୁକ୍ତି ଉପରେ ରୋକ ଲଗାଇଲେ ହାଇକୋର୍ଟ

ଭୁବନେଶ୍ୱର: ରାଜ୍ୟରେ ଚାଲିଥିବା କନିଷ୍ଠ ଶିକ୍ଷକ ନିଯୁକ୍ତି ଉପରେ ହାଇକୋର୍ଟ ରୋକ ଲଗାଇଛନ୍ତି । କନିଷ୍ଠ ନିଯୁକ୍ତିରେ ହୋଇଥିବା ଅନିୟମିତତାକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାର ଶୁଣାଣି ହୋଇଥିଲା । ଏଥିରେ କୋର୍ଟ ନିଯୁକ୍ତି ପ୍ରକ୍ରିୟା ଉପରେ ରହିତାଦେଶ ଦେଇଛନ୍ତି । ଫଳରେ ପରବର୍ତ୍ତି ଶୁଣାଣି ପର୍ଯ୍ୟନ୍ତ କୌଣସି ଓଡ଼ିଶା ସ୍କୁଲ ଏଜୁକେସନ ପ୍ରୋଗ୍ରାମ ଅଥରିଟି ବା ଓସେପା ନିଯୁକ୍ତି ପ୍ରକ୍ରିୟା ଆଗେଇ ପାରିବ ନାହିଁ ।

high court

ସୂଚନାଯୋଗ୍ୟ ଏହି ଶିକ୍ଷକ ନିଯୁକ୍ତିରେ ହୋଇଥିବା ବ୍ୟାପକ ଅନିୟମିତତାକୁ ନେଇ ହାଇକୋର୍ଟରେ ଏକ ପିଟିସନ ରୁଜୁ ହୋଇଥିଲା । ଏହି ମାମଲାର ଶୁଣାଣି କରି ହାଇକୋର୍ଟ ନିଯୁକ୍ତି ଉପରେ ରୋକ ଲଗାଇବାକୁ ନିର୍ଦ୍ଦେଶ ଦେଇଥିଲେ । ଏହି ମାମଲାର ପରବର୍ତ୍ତି ଶୁଣାଣି ଆସନ୍ତା 24 ତାରିଖରେ କରାଯିବ ବୋଲି ଜଣାପଡ଼ିଛି । ଧାର୍ଯ୍ୟ ତାରିଖରେ ଡକ୍ୟୁମେଣ୍ଟ ଭେରିଫିକେସନ୍ କରାଯାଇପାରିବ । ଆସନ୍ତା ୨୦ ଏବଂ ୨୧ ତାରିଖରେ ଡକ୍ୟୁମେଣ୍ଟ ଭେରିଫିକେସନ୍ ହୋଇପାରିବ । କିନ୍ତୁ ଚୂଡ଼ାନ୍ତ ତାଲିକା ଓ ନିଯୁକ୍ତି ଉପରେ ରୋକ ଲଗାଇଛନ୍ତି କୋର୍ଟ ।

18805 ଜଣଙ୍କ ନାଁ ମେରିଟ ଲିଷ୍ଟରେ ପ୍ରକାଶ ପାଇଥିଲା । ଏହି ମେରିଟ ଲିଷ୍ଟ ସାମ୍ନାକୁ ଆସିବା ପରେ ଅନିୟମିତତାର ଅଭିଯୋଗ ଆଣିଥିଲେ ଆଶାୟୀ । ଏହାକୁ ନେଇ ଆନ୍ଦୋଳନ ତେଜିବାରେ ଲାଗିଥିଲା । ଶହ ଶହ ଆଶାୟୀ ଓସେପା କାର୍ଯ୍ୟାଳୟ ଆଗରେ ଧାରଣା ଦେଇଛନ୍ତି । କେଉଁ ଆଧାରରେ କନିଷ୍ଠ ଶିକ୍ଷକଙ୍କ ପାଇଁ ହୋଇଥିବା ପରୀକ୍ଷା ଫଳ ପ୍ରକାଶ ପାଇଛି । ତାହା ଜାଣିବା ପାଇଁ ଓସେପା ଅଫିସ ସାମ୍ନାରେ ଭିଡ଼ ଜମିଛି । କାହାର କେତେ ମାର୍କ ରହିଛି ଜାଣିବା ପାଇଁ ଆରଟିଆଇରେ ଆବେଦନ କରିବାକୁ ଚାହୁଁଛନ୍ତି ପରୀକ୍ଷାର୍ଥୀ ।

ସେପଟେ ଏହା ଉପରେ ପ୍ରତିକ୍ରିୟା ରଖିଛନ୍ତି ଓସେପା କର୍ତ୍ତୃପକ୍ଷ । କହିଛନ୍ତି ଯୋଗ୍ୟ ବ୍ୟକ୍ତିଙ୍କୁ ଆଡମିଟ୍ କାର୍ଡ ପ୍ରଦାନ କରାଯାଇଥାଏ । ଆବେଦନକାରୀ ଦାଖଲ କରିଥିବା ସୂଚନା ଆଧାରରେ ଆପେ ଆପେ ଆଡମିଟ୍ କାର୍ଡ ତିଆରି ହୋଇଥାଏ । ଫଟୋ ଯାଞ୍ଚ ପରେ ଏବଂ ବାୟୋମେଟ୍ରିକ ଉପସ୍ଥାନ ନେବା ପରେ ଜାରି ହୋଇଥିବା ଆଡମିଟ୍ କାର୍ଡ ଆଧାରରେ ପରୀକ୍ଷା କରାଯାଇଥାଏ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+