ବାତ୍ୟା ମୁକାବିଲା ନେଇ ଉଚ୍ଚସ୍ତରୀୟ ବୈଠକ: ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡିକୁ ସଜାଗ ରହିବାକୁ ନିର୍ଦ୍ଦେଶ
ଆସନ୍ତା 4 ତାରିଖରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଆଜି ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିଥତ ହୋଇଯାଇଛି । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା ।
ଭୁବନେଶ୍ବର: ଆସନ୍ତା 4 ତାରିଖରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଆଜି ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିଥତ ହୋଇଯାଇଛି । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା ।

ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡିକର ଜିଲ୍ଲାପାଳ ଉପସ୍ଥିତ ରହିଥିଲେ । ଏହା ସହ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ତେବେ ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡିକର ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।
୧୧ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ନୟାଗଡ଼ ଏବଂ ଯାଜପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସର୍ତକତା ଜାରି କରାଯାଇଛି । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି । ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିପାରେ । ବାତ୍ୟା ସମୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୧୦୦ରୁ ୧୧୦ କିଲୋମିଟର ବେଗରେ ପବନ ବହିବ । ଏଥିପାଇଁ କାଲିସୁଦ୍ଧା କୂଳକୁ ଫେରିଆସିବାକୁ ମତ୍ସ୍ୟଜୀବୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।












Click it and Unblock the Notifications