ଶହେ ଦିନର ପାଠ ପଢାରେ ରବିବାର ଖୋଲିବ ସ୍କୁଲ୍ : 30 ଶତକଡା କମିଲା ସିଲାବସ୍
ଚଳିତବର୍ଷ ଶହେ ଦିନ ପାଇଁ ସ୍କୁଲ୍ ଖୋଲିବ
ଭୁବନେଶ୍ୱର : ଆସନ୍ତା 8 ତାରିଖରୁ ରାଜ୍ୟରେ ସ୍କୁଲ ଖୋଲୁଛି । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର୍ କରାଯାଇଛି । ତେବେ ଚଳିତବର୍ଷ ଶହେ ଦିନ ପାଇଁ ସ୍କୁଲ୍ ଖୋଲିବ । ସବୁଠାରୁ ବଡ କଥା ହେଲା ରବିବାର ସ୍କୁଲ୍ ଖୋଲିବା ସହ ପାଠ ପଢା ହେବ । ଶହେ ଦିନ ପାଠ ପଢା ହେଉଥିବାରୁ 30 ପ୍ରତିଶତ ପିଲାଙ୍କ ସିଲାବସକୁ କମାଇ ଦିଆଯାଇଛି । 70 ଶତକଡା ସିଲାବସରେ ପାଠପଢିବେ ଛାତ୍ରଛାତ୍ରୀ ବୋଲି ସ୍କୁଲ୍ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ସମୀର ଦାସ କହିଛନ୍ତି ।

ଗୋଟିଏ ଶ୍ରେଣୀରେ 20ରୁ 25 ପିଲା ପାଠ ପଢିବେ । କ୍ଲାସରୁମ୍ ଠାରୁ ଆରମ୍ଭ କରି ସ୍କୁଲ୍ ହତା ଯାଏଁ ବିଶୋଧନ ଓ ପିଲାଙ୍କ ସ୍ୱାସ୍ଥ୍ୟକୁ ପ୍ରାଥମିକତା ଦିଆଯାଉଛି ବୋଲି ସେ କହିଛନ୍ତି । ପ୍ରତି ଜିଲ୍ଲାରେ ନୋଡାଲ ଅଫିସର ନିଯୁକ୍ତ ହୋଇଛନ୍ତି । ଏହି ଅଫିସରମାନେ ଜିଲ୍ଲାପାଳ ଓ ଡିଆଇଓଙ୍କ ସହ ସମନ୍ୱୟ ରକ୍ଷା କରି କାମ କରିବେ । ଶିକ୍ଷକଙ୍କ ଆବଶ୍ୟକତା ରହିଥିଲେ ଏହାକୁ ତୁରନ୍ତ ପୂରଣ କରିବାକୁ ଡିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି । ସେହିପରି ଛାତ୍ରଛାତ୍ରୀମାନଙ୍କର କୋଭିଡ୍ ପରୀକ୍ଷା କରାଯିବ । ସ୍ୱାସ୍ଥ୍ୟ ବିଭାଗ ଏହି କୋଭିଡ୍ ପରୀକ୍ଷା କରିବ ବୋଲି କହିଥିବା ସେ କହିଛନ୍ତି ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....












Click it and Unblock the Notifications