For Quick Alerts
Turn On Notification  
For Daily Alerts
Oneindia App Download

ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍‌ ପ୍ଲାଟ୍‌ଫର୍ମରେ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିପାରେ ।

|

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍‌ ପ୍ଲାଟ୍‌ଫର୍ମରେ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିପାରେ । ସନ୍ଧ୍ୟା ୫ଟା ୩୦ରେ ବସିବ ଗୁରୁତ୍ବପୂର୍ଣ୍ଣ କ୍ୟାବିନେଟ ବୈଠକ ।

Odisha Cabinet Meeting

ପାଖାପାଖି ୨୦ଟି ପ୍ରସ୍ତାବ କ୍ୟାବିନେଟ୍‌ର ଅନୁମୋଦନ ପାଇଁ ଉପସ୍ଥାପନ କରାଯିବ। ଏହା ମଧ୍ୟରେ ୫ଟି ମେଗା ପାନୀୟ ଜଳ ପ୍ରକଳ୍ପ ଥିବା ଜଣାପଡ଼ିଛି । ବିଶେଷକରି ଶିଳ୍ପ, ସ୍କୁଲ ଓ ଗଣଶିକ୍ଷା ବିଭାଗ, ଜଳସମ୍ପଦ, ଦକ୍ଷତା ବିକାଶ, କୃଷି, ଅର୍ଥ, ସାଧାରଣ ପ୍ରଶାସନ, ଉଚ୍ଚଶିକ୍ଷା, ପଞ୍ଚାୟତିରାଜ ଏବଂ ରାଜସ୍ୱ ବିଭାଗର କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ବାଜିବାର ସମ୍ଭାବନା ରହିଛି ।

ଆସନ୍ତା ୨୯ ତାରିଖରେ ନବୀନ ପଟ୍ଟନାୟକଙ୍କ ସରକାର ପଞ୍ଚମ ପାଳିର ତୃତୀୟ ବର୍ଷ ପୂରଣ କରୁଥିବାରୁ କ୍ୟାବିନେଟ୍‌ରେ କିଛି ବଡ଼ ଘୋଷଣା ହେବାର ସମ୍ଭାବନା ରହିଛି ବୋଲି ଚର୍ଚ୍ଚା ହେଉଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Odisha: Important Meeting of State Cabinet to be Held Today
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X