ନୂଆଦିଲ୍ଲୀରେ ନିବେଶକ ସମ୍ମେଳନୀ: ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ୧୬ଟି ଦେଶର ପ୍ରତିନିଧିଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ

ଚଳିତ ବର୍ଷ ନଭେମ୍ବର ମାସ ୩୦ ତାରିଖରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ପକ୍ଷରୁ ମେକ ଇନ ଓଡ଼ିଶା କନକ୍ଲେଭ ଅନୁଷ୍ଠିତ ହେବାକୁ ଯାଉଛି । ଏହି କନକ୍ଲେଭକୁ ସଫଳ କରିବା ପାଇଁ ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚଳାଇଛନ୍ତି । ଏହି କ୍ରମର

ଭୁବନେଶ୍ୱର: ଚଳିତ ବର୍ଷ ନଭେମ୍ବର ମାସ ୩୦ ତାରିଖରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ପକ୍ଷରୁ ମେକ ଇନ ଓଡ଼ିଶା କନକ୍ଲେଭ ଅନୁଷ୍ଠିତ ହେବାକୁ ଯାଉଛି । ଏହି କନକ୍ଲେଭକୁ ସଫଳ କରିବା ପାଇଁ ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚଳାଇଛନ୍ତି । ଏହି କ୍ରମରେ ଆସନ୍ତା ୩୧ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ପ୍ରଥମ ଦିନରେ ସେଠାରେ ଆୟୋଜିତ ହେବାକୁ ଥିବା ଇନଭେଷ୍ଟର୍ସ ଆଣ୍ଡ ଆମ୍ବାସାଡର ମିଟରେ ଯୋଗଦେବେ ବୋଲି ସୂଚନା ରହିଛି ।

Make In Odisha

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୬ଟି ଦେଶର ରାଷ୍ଟ୍ରଦୂତମାନଙ୍କୁ ଭେଟି ଓଡ଼ିଶାରେ ନିବେଶ କରିବାକୁ ଆମନ୍ତ୍ରଣ ଜଣାଇବେ । ଏହି ୧୬ଟି ଦେଶ ହେଲେ ଆମେରିକା, ବ୍ରିଟେନ, ଜାପାନ, ଲକ୍ସମ୍ବର୍ଗ, ଜର୍ମାନୀ, ଫ୍ରାନ୍ସ, ଇଟାଲି,ଦକ୍ଷିଣ କୋରିଆ, ଅଷ୍ଟ୍ରେଲିଆ, ବାହାରିନ, ସିଂଗାପୁର, ବେଲଜିୟମ, ଓମାନ, କାତାର ଓ ୟୁଏଇ । ଏହା ସହିତ ସେ ଶିଳ୍ପପତିମାନଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହି ସମାବେଶରେ ନବୀନ ମେକ-ଇନ-ଓଡ଼ିଶା ସମ୍ମିଳନୀ ସମ୍ପର୍କରେ ଆଲୋଚନା କରିବା ସହ ଓଡ଼ିଶାରେ ବ୍ୟବସାୟ ବାତାବରଣକୁ ସରଳ କରିବାକୁ ରାଜ୍ୟ ସରକାର ନେଇଥିବା ପଦକ୍ଷେପ ସଂପର୍କରେ ବି ଆଲୋଚନା କରିବେ ।

ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁବାଇରେ ମଧ୍ୟ ଇନଭେଷ୍ଟର୍ସ ମିଟରେ ଯୋଗ ଦେଇଥିଲେ । ସେହି କାର୍ଯ୍ୟକ୍ରମରେ ରାଜ୍ୟରେ ୨୧,୦୦୦ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ ନେଇ ବାଟ ଫିଟିଥିଲା । ମଧ୍ୟ ପ୍ରାଚ୍ୟ ଏବଂ ଅନ୍ତର୍ଜାତୀୟ ଶିଳ୍ପ ସଂସ୍ଥା ମେକ ଇନ କନକ୍ଲେଭରେ ଅଂଶଗ୍ରହଣ କରିବା ନେଇ ସେ ସମୟରେ ସମ୍ମତି ପ୍ରଦାନ କରିଥିଲେ । ଏଫଆଇସିସିଆଇ (ଫିକି) ଡିଜି ଅରୁଣ ଚାୱଲା, ଇନଭେଷ୍ଟ ଇଣ୍ଡିଆର ସିଇଓ ଏବଂ ଏମଡି ଦୀପକ ବଗଲା ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଉଥିବା ଜଣାପଡ଼ିଛି । ଏହି କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ପ୍ରଦାପ ଦେବ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମମନ୍ତ କୁମାର ଶର୍ମା, ଇଡକୋ ଏମଡି ଭୂପେନ୍ଦ୍ର ସିଂ ପୁନିଆ ଏବଂ ଶିଳ୍ପ ନିର୍ଦ୍ଦେଶକ ମହମ୍ମଦ ସିଦ୍ଦିକ ଆଲାମ ପ୍ରମୁଖ ଉପସ୍ଥିତ ରହିବେ ।

ମେକ୍ ଇନ୍ ଓଡିଶାର ପ୍ରଥମ ସଂସ୍କରଣ ଦୁବାଇରେ ହୋଇଥିବା ବେଳେ ଦ୍ବିତୀୟ ସଂସ୍କରଣ ଅହମ୍ମଦାବାଦରେ ହୋଇଥିଲା । ଏବେ ତୃତିୟ ସଂସ୍କରଣ ଦିଲ୍ଲୀରେ ହେବାକୁ ଯାଉଛି । ଏହି ନିବେଶ ସଂସ୍କରଣରେ ଦିଲ୍ଲୀ ଆଖପାଖର ଶିଳ୍ପପତିଙ୍କ ସହ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ । ଏହି ନିବେଶ ସମାବେଶର ବିଜିନେସ ପାର୍ଟନର ହୋଇଛି FICCI ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+