ବେକାରୀ ନିୟନ୍ତ୍ରଣରେ ଦେଶର ଶ୍ରେଷ୍ଠ ୩ ରାଜ୍ୟ ମଧ୍ୟରେ ଓଡ଼ିଶା
ବେକାରୀ ନିୟନ୍ତ୍ରଣ ସମସ୍ତ ବଡ଼ ରାଜ୍ୟକୁ ପଛରେ ପକାଇ ଓଡ଼ିଶା ଶ୍ରେଷ୍ଠ ୩ ରାଜ୍ୟ ମଧ୍ୟରେ ସ୍ଥାନ ପାଇଛି । ନଭେମ୍ବର ମାସରେ ଓଡ଼ିଶାର ବେକାରୀ (ସର୍ବନିମ୍ନ) ହାର ଦେଶବ୍ୟାପୀ ଶ୍ରେଷ୍ଠ ୩ ରାଜ୍ୟ ମଧ୍ୟରେ ଥିବାବେଳେ କର୍ମନିଯୁକ୍ତି ପ୍ରଦାନରେ ଯେ ଓଡ଼ିଶା ମଡେଲ ସର୍ବଶ୍ରେଷ୍ଠ
ଭୁବନେଶ୍ୱର: ବେକାରୀ ନିୟନ୍ତ୍ରଣ ସମସ୍ତ ବଡ଼ ରାଜ୍ୟକୁ ପଛରେ ପକାଇ ଓଡ଼ିଶା ଶ୍ରେଷ୍ଠ ୩ ରାଜ୍ୟ ମଧ୍ୟରେ ସ୍ଥାନ ପାଇଛି । ନଭେମ୍ବର ମାସରେ ଓଡ଼ିଶାର ବେକାରୀ (ସର୍ବନିମ୍ନ) ହାର ଦେଶବ୍ୟାପୀ ଶ୍ରେଷ୍ଠ ୩ ରାଜ୍ୟ ମଧ୍ୟରେ ଥିବାବେଳେ କର୍ମନିଯୁକ୍ତି ପ୍ରଦାନରେ ଯେ ଓଡ଼ିଶା ମଡେଲ ସର୍ବଶ୍ରେଷ୍ଠ ତାହା ପ୍ରମାଣିତ ହୋଇଛି ।
ସେଣ୍ଟର ଫର୍ ମନିଟରିଂ ଇଣ୍ଡିଆନ ଇକୋନୋମି (ସିଏମଆଇଇ)ର ତଥ୍ୟ ଅନୁଯାୟୀ ନଭେମ୍ବର ମାସରେ ଦେଶରେ ବେକାରୀ ହାର ୮ ପ୍ରତିଶତ ଥିବାବେଳେ ଓଡ଼ିଶାରେ ମାତ୍ର ତାହା ୧.୬ ପ୍ରତିଶତ ରହିଛି । ଖାଲି ନଭେମ୍ବର ମାସ ନୁହେଁ; ଯଦି ଗତ ଜାନୁଆରୀ ମାସଠାରୁ ସିଏମଆଇଇର ରିପୋର୍ଟକୁ ଅନୁଧ୍ୟାନ କରାଯାଏ ତାହେଲେ ବେକାରୀ ନିୟନ୍ତ୍ରଣ କ୍ଷେତ୍ରରେ ଓଡ଼ିଶା ଅନ୍ୟମାନଙ୍କ ତୁଳନାରେ ଯଥେଷ୍ଟ ଭଲ ସ୍ଥିତିରେ ଥିବା ସ୍ପଷ୍ଟ ଭାବେ ଅନୁଭବ କରି ହେଉଛି ।

ସିଏମଆଇଇର ତଥ୍ୟ ଅନୁଯାୟୀ ନଭେମ୍ବର ପରି ଗତ ଅକ୍ଟୋବର ମାସରେ ଓଡ଼ିଶା ବେକାରୀ ନିୟନ୍ତ୍ରଣରେ ଶ୍ରେଷ୍ଠ୍-୩ ରାଜ୍ୟ ମଧ୍ୟରେ ରହିଥିଲା। ଓଡ଼ିଶାର ବେକାରୀ ହାର ୧.୧ ପ୍ରତିଶତ ଥିବାବେଳେ ମଧ୍ୟପ୍ରଦେଶ ସର୍ବଶ୍ରେଷ୍ଠ ପ୍ରଦର୍ଶନକାରୀ ରାଜ୍ୟ ଭାବେ ୦.୮ ପ୍ରତିଶତ ଏବଂ ଛତିଶଗଡ଼ ୦.୯ ପ୍ରତିଶତ ସହ ଦ୍ୱିତୀୟ ସ୍ଥାନରେ ରହିଛି। ଅନ୍ୟପକ୍ଷରେ ଅକ୍ଟୋବର ମାସରେ ହରିୟାଣାରେ ସର୍ବାଧିକ ବେକାରୀ ହାର ୩୧.୮ ପ୍ରତିଶତ ରେକର୍ଡ କରାଯାଇଛି । ଏହାତଳକୁ ରାଜସ୍ଥାନର ୩୦.୭ ପ୍ରତିଶତ ରହିଥିବା ବେଳେ ଜମ୍ମୁ ଓ କଶ୍ମୀରର ୨୨.୪ପ୍ରତିଶତ ବେକାରୀ ହାର ରହିଛି। ଗତ ଜୁଲାଇ ମାସରେ ଓଡ଼ିଶାର ବେକାରୀ ହାର ମାତ୍ର ୦.୯ ପ୍ରତିଶତ ରହିଥିବା ବେଳେ ଦେଶବ୍ୟାପୀ ସର୍ବନିମ୍ନ ବେକାରୀ ହାର ତାଲିକାରେ ଓଡ଼ିଶା ଶ୍ରେଷ୍ଠ ସ୍ଥାନ ଅକ୍ତିଆର କରିଥିଲା ।












Click it and Unblock the Notifications