ହୋଇଯାଆନ୍ତୁ ସାବଧାନ! ଏଣିକି ଗାଡ଼ି ଫିଟନେସ ଯାଞ୍ଚ କରିବ ଏଟିଏସ

ଆଉ ଗାଡ଼ି ଫିଟନେସ ପରୀକ୍ଷା ପାଇଁ ରହିବନି ମାନୁଆଲ ମୂଲ୍ୟାୟନ। ଏଣିକି ଗାଡ଼ି ଫିଟନେସ ଯାଞ୍ଚ କରିବ ଏଟିଏସ। ଏଭଳି ଏକ ପଦକ୍ଷେପ ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଛି। ଆଜିଠାରୁ କଟକ ଆରଟିଓରେ ଗାଡ଼ି ଫିଟନେସ ଯାଞ୍ଚ ପାଇଁ ଏଟିଏସ ବ୍ୟବସ୍ଥା କାର୍ଯ୍ୟକ୍ଷମ ହୋଇଥିବାବେଳେ ଖୁବ ଶୀଘ୍ର ରାଜ୍ୟର ୨୧ଟି ଆରଟିଓରେ ଏଟିଏସ ସ୍ଥାପନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି।

କେନ୍ଦ୍ରୀୟ ମୋଟର ଯାନ ନିୟମ ଅନୁଯାୟୀ ଗାଡ଼ିର ଫିଟନେସ ପରୀକ୍ଷା ପାଇଁ ଏଟିଏସ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି। ଏହି ବ୍ୟବସ୍ଥା ସଡ଼କ ସୁରକ୍ଷା କ୍ଷେତ୍ରରେ ଯାନର ସ୍ଥିତି ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ରାସ୍ତାରେ ଗାଡ଼ି ଚାଲିବା ପାଇଁ ଗାଡ଼ିର ସ୍ଥିତି କିଭଳି ଥିବା ଦରକାର। ସେଥିପାଇଁ ମୋଟର ଯାନ ନିୟମାବଳୀ ରହିଛି। ତେବେ ପୂର୍ବରୁ ଫିଟନେସ ସାର୍ଟିଫିକେଟ ତଥା ଗାଡ଼ିର ପଞ୍ଜୀକରଣ ନବୀକରଣ ମନୁଷ୍ୟ ମୂଲ୍ୟାୟନ ଆଧାରରେ ହେଉଥିଲା।

Odisha Launches Its First Automated Testing Station For Vehicles

ଏହି ପରୀକ୍ଷଣ ବ୍ୟବସ୍ଥାକୁ ସ୍ୱଚ୍ଛ ଓ ପାରଦର୍ଶୀ କରିବାକୁ ଫିଟନେସ ପରୀକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଫଳରେ ରାସ୍ତାକୁ ଯିବା ପାଇଁ ଯୋଗ୍ୟ ନ ଥିବା ଗାଡ଼ି ସ୍ୱୟଂକ୍ରିୟ ପଦ୍ଧତିରେ ବାଦ୍ ପଡ଼ିବେ, ଯାହା ସଡ଼କ ଦୁର୍ଘଟଣା ହ୍ରାସ ଦିଗରେ ସହାୟକ ହେବ ବୋଲି ଆଶା କରାଯାଉଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+