ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ: ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି କଲେ ବାଚସ୍ପତି
ଭୁବନେଶ୍ୱର: ଶୀତଅଧିବେଶନର ତୃତୀୟ ଦିନରେ ମଧ୍ୟ ଚାଲିପାରିଲା ନାହିଁ ବିଧାନସଭା । ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ଏବଂ ଜୋରଦାର ହଙ୍ଗାମା କରିବା ସହ ବାଚସ୍ପତିଙ୍କ ପୋଡିଏମ ନିକଟକୁ ଯାଇ ବିରୋଧୀ ପ୍ଲାକାର୍ଡ ଧରି ପ୍ରତିବାଦ କରିଥିଲେ । ଯାହା ଫଳରେ ପ୍ରଶ୍ନକାଳ ଚାଲିପାରି ନଥିଲା । ଯେଉଁଥି ପାଇଁ ଆଜି ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି କଲେ ବାଚସ୍ପତି ପ୍ରମିଳା ମଲ୍ଲିକ ।
ସୂଚନାଥାଉ ଯେ, ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ବିଧାନସଭା ଗତକାଲି ମଧ୍ୟ ଅଚଳ ରହିଥିଲା । ଗୃହକୁ ଆଜି ପର୍ଯ୍ୟନ୍ତ ମୁଲତବି ରଖିଥିଲେ ବାଚସ୍ପତି । ଦ୍ଵିତୀୟ ଦିନରେ ମଧ୍ୟ ଚାଲିପାରିନଥିଲା ଗୃହ । ଜମି ଅଧିଗ୍ରହଣ ପ୍ରସଙ୍ଗକୁ ନେଇ ହୋହାଲ୍ଲା ଦେଖିବାକୁ ମିଳିଥିଲା । ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ପରେ ଦିବା ୧୨ ଯାଏଁ ଗୃହକୁ ମୁଲତବି କରିଥିଲେ ବାଚସ୍ପତି । ପରେ ଗୃହ ଆରମ୍ଭ ହେବା ପରେ ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ ହୋଇଥିଲା । ହେଲେ ଆଜି ପର୍ଯ୍ୟନ୍ତ ଗୃହ ମୁଲତବି କରିଛନ୍ତି ବାଚସ୍ପତି ।

ସୂଚନାଥାଉ ଯେ, ଶୀତକାଳୀନ ଅଧିବେଶନରେ ସରକାରଙ୍କୁ ଘେରିବାକୁ ରଣନୀତି କରିଛନ୍ତି ବିରୋଧୀ । ଆଦିବାସୀ ଜମି ହଡପ, ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଓ ଚାରିଦ୍ବାର ଖୋଲିବା, ମଣ୍ଡି ଅବ୍ୟବସ୍ଥା, ଚାଷୀ ଆତ୍ମହତ୍ୟା, ଆବାସ ଆବଣ୍ଟନରେ ଅନିୟମିତତା ପରି ପ୍ରସଙ୍ଗ ଉଠାଇବାକୁ ବିଜେପି ନିଷ୍ପତ୍ତି ନେଇଛି ।












Click it and Unblock the Notifications