Rain In Odisha: ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ, ପୁଣି କେବେ ହେବ ବର୍ଷା
Rain In Odisha: ଚଳିତ ବର୍ଷ ଦୁର୍ବଳ ରହିଛି ମୌସୁମୀ । ଫଲରେ ନିଅଣ୍ଟିଆ ବର୍ଷା ଚାଷୀକୂଳର ଚିନ୍ତା ବଢାଇଦେଇଛି । ମୌସୁମୀ ଦୁର୍ବଳ ଯୋଗୁ ରାଜ୍ୟରେ ବର୍ଷା ର ବି ଦେଖାନାହିଁ । ଗତ କିଛି ଦିନ ହେବ ରାଜ୍ୟରେ ତାତି ବଢ଼ିବା ସହ ବର୍ଷା ପରିମାଣ ସମ୍ପୂର୍ଣ୍ଣ କମିଛି । ଏହି ସମୟରେ ପାଣିପାଗ ବିଭାଗ ଏକ ଆଶ୍ୱସ୍ତିକର ଖବର ଦେଇଛି ।

ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା 2 ତାରିଖରୁ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଏହା ପରେ 3 ଓ 4 ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
ସେପ୍ଟେମ୍ୱର 1 ତାରିଖରେ କେତେକ ଜିଲ୍ଲାରେ ସ୍ଥାନରେ ସାମାନ୍ୟ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଦେବଗଡ଼,ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାକୁ ଏ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି 2 ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ସମ୍ୱଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
3 ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ନୟାଗଡ଼,ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ସେହିପରି ମାଲକାନଗିରି, କୋରାପୁଟ, ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହି ସବୁ ଜିଲ୍ଲାରେ 7 ରୁ 11 ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
4 ତାରିଖରେ ସୁନ୍ଦରଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ବୌଦ୍ଧ, ନୟାଗଡ଼, ପୁରୀ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ତେବେ ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର, ମୟୂଭରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହି ସବୁ ଜିଲ୍ଲାରେ 7 ରୁ 11 ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେପଟେ ରାଜ୍ୟରେ ମୌସୁମୀ ଦୁର୍ବଳ ହୋଛି । ଯେଉଁଥିପାଇଁ ଗତ 24 ଘଣ୍ଟାରେ ରାଜ୍ୟରେ ହାରାହାରି ବର୍ଷା 0.7 ମିମି ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା 10.2 ମିମି ତୁଳନାରେ 93% କମ ବୋଲି ପାଣିପାଗ ବିଭାଗ ଦର୍ଶାଇଛି ।
ଗଞ୍ଜାମ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । ସେଠାରେ ସ୍ୱାଭାବିକ ଠାରୁ 40 ୦% କମ ବର୍ଷା ହୋଇଛି । ଗଞ୍ଜାମ ଜିଲ୍ଲା ପ୍ରଶାସନକୁ କଣ୍ଟିଜେନ୍ସି ଯୋଜନା ଅନୁସାରେ କାମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ରାଜ୍ୟର ଅଳ୍ପ କିଛି ଜିଲ୍ଲାରେ ମଧ୍ୟ କମ୍ ବର୍ଷା ହୋଇଛି । ହେଲେ ସେପ୍ଟେମ୍ବରରେ ବର୍ଷା ହେବା ନେଇ ଆକଳନ ହୋଇଛି । ଅକ୍ଟୋବରରେ ମଧ୍ୟ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଉଛି । ଅନ୍ୟପଟେ କୃଷି ବିଭାଗ କଣ୍ଟିଜେନ୍ସି ପ୍ଲାନ ପ୍ରସ୍ତୁତ ରଖିଛି । ତାକୁ ଆଧାର କରି ସମସ୍ତ ଚାଷୀଙ୍କୁ ଚାଷ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।












Click it and Unblock the Notifications