Rain In Odisha: ଆଜି ଠୁ ପୁଣି ଛେଚିବ, 13 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଭିଜିବ ଟ୍ୱିନ୍ ସିଟି
Rain In Odisha: ଗତ ଦୁଇ ଦିନ ଧରି ରାଜ୍ୟରେ ବର୍ଷା ପରିମାଣ କମିବା ପରେ ଆଜି ଠାରୁ ପୁଣି ବର୍ଷିବ । 21 ତାରିଖ ପର୍ଯ୍ୟନ୍ତ ମିଳିବନି ନିସ୍ତାର । ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ରହିଛି ସମ୍ଭାବନା ।

ଲଘୁଚାପ ପ୍ରଭାବରେ ରାଜ୍ୟ ଉପରେ ଦୁର୍ବଳ ସ୍ଥିତିରେ ଥିବା ମୌସୁମୀ ପୁର୍ନବାର ସକ୍ରିୟ ହୋଇପଡ଼ିଛି । ଫଲରେ ସୋମବାର ଅପରାହ୍ନ ମଧ୍ୟରେ ରାଜ୍ୟର 8 ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି 10 ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନାରେ କୁହାଯାଇଛି ।
ଉପାନ୍ତରୁ ଉପକୂଳ ସବୁଠି ପ୍ରବଳ ବର୍ଷା ହେବ । ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କଟକ, ରାୟଗଡା, କୋରାପୁଟ, ମାଲକାନଗିରି ଏବଂ ଢେଙ୍କାନାଳକୁ ସତର୍କ ସୂଚନା ଜାରି କରାଯାଇଛି । ଅଧିକାଂଶ ଜିଲ୍ଲାରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ସେହିଭଳି 20 ତାରିଖରେ 22 ଟି ଏବଂ 21 ତାରିଖରେ 12 ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।
ଅନ୍ୟପକ୍ଷରେ ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ମଧ୍ୟମରୁ ପ୍ରବଳ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।












Click it and Unblock the Notifications