କାଟାଗୋରୀ 'ଏ' ରେ ରହିଛି 17 ଜିଲ୍ଲା: ଜାଣନ୍ତୁ, ଏଠାରେ କେଉଁ କଟକଣା ହେଲା କୋହଳ ?
ରାଜ୍ୟର ସମସ୍ତ ଜିଲ୍ଲାରେ ୧୭ ଜୁନ୍ ସକାଳ ୫ଟାରୁ ୧ ଜୁଲାଇ ସକାଳ ୫ଟା ପର୍ଯ୍ୟନ୍ତ ଆଂଶିକ ଲକଡାଉନ୍ ଜାରି ରହିବ। ପୂର୍ବ ଭଳି ସପ୍ତାହନ୍ତ ସଟ୍ଡାଉନ୍ ସମସ୍ତ ଜିଲ୍ଲାରେ ଜାରି ରହିବ।
ଭୁବନେଶ୍ବର: ରାଜ୍ୟ ସରକାର କୋଭିଡ୍ ଲକଡାଉନ୍ ସମ୍ବନ୍ଧୀୟ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ରାଜ୍ୟର ସମସ୍ତ ଜିଲ୍ଲାରେ ୧୭ ଜୁନ୍ ସକାଳ ୫ଟାରୁ ୧ ଜୁଲାଇ ସକାଳ ୫ଟା ପର୍ଯ୍ୟନ୍ତ ଆଂଶିକ ଲକଡାଉନ୍ ଜାରି ରହିବ। ପୂର୍ବ ଭଳି ସପ୍ତାହନ୍ତ ସଟ୍ଡାଉନ୍ ସମସ୍ତ ଜିଲ୍ଲାରେ ଜାରି ରହିବ।

ଲକଡାଉନ୍ ସମୟରେ କମ୍ ସଂକ୍ରମଣ ହାର ଥିବା ୧୭ଟି ଜିଲ୍ଲାରେ ସକାଳ ୬ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଏବଂ ୧୩ଟି ଜିଲ୍ଲାରେ ସକାଳ ୬ଟାରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ଦୋକାନ ଖୋଲା ରହିବ।
ସକାଳ ୬ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ: ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ବଉଦ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଏବଂ ରାୟଗଡା
ତେବେ ଟିକାକରଣ, ଟେଷ୍ଟିଂ ଏବଂ ସ୍ବାସ୍ଥ୍ୟସେବା ଭଳି କାର୍ଯ୍ୟ ପାଇଁ କଟକଣା ନାହିଁ। ଲକଡାଉନ୍ ସମୟରେ ଦୁଗ୍ଧ ବ୍ୟବସାୟୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମିଠା ଦୋକାନଗୁଡିକ ନିର୍ଦ୍ଧାରିତ ସମୟାନୁସାରେ ଖୋଲିବାକୁ ଅନୁମତି ଦିଆଯାଇଛି। ପୂର୍ବ ନିର୍ଦ୍ଦେଶାବଳୀ ଅନୁଯାୟୀ ବିବାହ, ବ୍ରତ ଏବଂ ସାମାଜିକ କାର୍ଯ୍ୟକ୍ରମ ପାଇଁ ରହିଥିବା କଟକଣାରେ କୌଣସି ପରିବର୍ତ୍ତନ ହୋଇନାହିଁ।
ପଶ୍ଚିମ ତଥା ଦକ୍ଷିଣ ଓଡିଶା ଜିଲ୍ଲାରେ ଲକଡାଉନ୍ କୋହଳ ସମୟରେ ଉଠା ଦୋକାନଗୁଡିକ ବ୍ୟବସାୟ କରିବା ପାଇଁ ଅନୁମତି ପ୍ରଦାନ କରାଯାଇଛି। ତେବେ ଦୋକାନରୁ କେବଳ ଖାଦ୍ୟ ପୁଡିଆ ପାର୍ସଲ ଭାବରେ ନେଇ ପାରିବେ। ନିର୍ମାଣ କାର୍ଯ୍ୟ, ଶିଳ୍ପ ତଥା ଅନ୍ୟାନ୍ୟ କ୍ଷେତ୍ର ପାଇଁ ପୂର୍ବଭଳି କଟକଣା କୋହଳ ରହିବ। କୋଭିଡ୍ ନିର୍ଦ୍ଦେଶାବଳୀ ଅନୁପାଳନ ସହ ଏହି ସବୁ କ୍ଷେତ୍ରରେ କାର୍ଯ୍ୟ ଜାରି ରହିବ।












Click it and Unblock the Notifications