Get Updates
Get notified of breaking news, exclusive insights, and must-see stories!

ଭିଜିଲାନ୍ସ ହାତକୁ ଗଲା ପ୍ରଦୀପ ପାଣିଗ୍ରାହୀଙ୍କ ଦୁର୍ନୀତି ମାମଲା

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଦୁର୍ନୀତି ମାମଲାର ତଦନ୍ତ ଭାର ଏବେ ଭିଜିଲାନ୍ସ ହାତକୁ ଯାଇଛି । ତଦନ୍ତ ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ।

ଭୁବନେଶ୍ୱର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଦୁର୍ନୀତି ମାମଲାର ତଦନ୍ତ ଭାର ଏବେ ଭିଜିଲାନ୍ସ ହାତକୁ ଯାଇଛି । ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଲୋକାୟୁକ୍ତ। ଆସନ୍ତା ଫେବୃୟାରୀ ୧୨ ସୁଦ୍ଧା ରିପୋର୍ଟ ଦେବାକୁ ଲୋକାୟୁକ୍ତ ନିର୍ଦ୍ଦେଶ ଦେଇଛନ୍ତି। ଗତ ୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସକୁ ଗ୍ରହଣ କରି ନିର୍ଦ୍ଦେଶ ଦେଇଛନ୍ତି ଲୋକାୟୁକ୍ତ।

Pradeep Panigrahi

ତେବେ ଦୁର୍ନୀତି ମାମଲା ସାମ୍ନାକୁ ଆସିବା ପରେ ପ୍ରଥମେ ବିଜେଡିରୁ ବହିଷ୍କୃତ ହୋଇଥିଲେ ପ୍ରଦୀପ । ପରେ କ୍ରାଇମବ୍ରାଞ୍ଚ ଦ୍ବାରା ଗରିଫ ହୋଇଥିଲେ ପ୍ରଦୀପ । ସ୍ୱାସ୍ଥ୍ୟ ପରୀକ୍ଷା ପରେ ତାଙ୍କୁ ଏବେ ଝାରପଡ଼ା ଜେଲ ରଖାଯାଇଛି । ଚାକିରି କରାଇଦେବା ନାଁରେ ଆକାଶ ପାଠକ ଓ ତାଙ୍କ ଭାବି ଶ୍ୱଶୁର ପ୍ରଦୀପ ପାଣିଗ୍ରାହୀ ଶିକ୍ଷିତ ଯୁବକଙ୍କୁ ଠକିଥିବା ଅଭିଯୋଗ ସାମ୍ନାକୁ ଆସିବା ପରେ ତାଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+