Get Updates
Get notified of breaking news, exclusive insights, and must-see stories!

ଆଗାମୀ ୧୨ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ଦୁଇ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ବର: ଆଗାମୀ ୧୨ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ୭.୬ କିମି ଉଚ୍ଚତା ଯାଏଁ ବାୟୁମଣ୍ଡଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସମାନ ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ଆଜିଠୁ (ରବିବାର) ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସ୍ଥିତିକୁ ଦେଖି ବିଭିନ୍ନ ଜିଲ୍ଳାକୁ ବର୍ଷା ଜନିତ ସତର୍କ ସୂଚନା ଜାରି କରାଯାଇଛି । ଅନ୍ୟପଟେ ଓଡିଶାକୁ ମୌସୁମୀ ବାୟୁ ପ୍ରବେଶ କରି ସାରିଥିବାବେଳେ ବଙ୍ଗୋପସାଗରରେ ଆସୁଥିବା ଲଘୁଚାପ ଏହାକୁ ଆହୁରି ସକ୍ରିୟ କରିବ ।

Low Pressure

ବର୍ଷା ଜନିତ ସତର୍କ ସୂଚନା..

୨୫ତାରିଖ (ରବିବାର)

ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ରବିବାର ସକାଳ ସୁଦ୍ଧା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ କଟକରେ ପ୍ରବଳରୁ ଅତିପ୍ରବଳ ଅର୍ଥାତ୍‌ ୭୦ ମିମିରୁ ୨୦୦ ମିମି ଏବଂ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ । ପରବର୍ତ୍ତୀ ୨୪ ଘଣ୍ଟା ସମ୍ବଲପୁର, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲା ପାଇଁ ବିପଦ ଆଣିପାରେ । ରବିବାର ସକାଳଠାରୁ ସୋମବାର ସକାଳ ସୁଦ୍ଧା ଏହି ୩ଟି ଜିଲ୍ଲାରେ ୨୦୦ ‌ମିମିରୁ ଅଧିକ ପରିମାଣର ବର୍ଷା ହେବ ।

୨୬ତାରିଖ (ସୋମବାର)

ସେହିପରି ୨୬ ତାରିଖ ପାଇଁ ସମ୍ବଲପୁର, ଅନଗୁଳ, ବୌଦ୍ଧ, ସୋନପୁର, ବରଗଡ, ଦେବଗଡ, ବଲାଙ୍ଗୀର, ସୁନ୍ଦରଗଡ, କେନ୍ଦୁଝର ଓ ଝାରସୁଗୁଡା ଜିଲ୍ଲା କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

୨୭ତାରିଖ (ମଙ୍ଗଳବାର)

୨୭ ତାରିଖ ପାଇଁ ବରଗଡ, ବଲାଙ୍ଗୀର, ସମ୍ବଲପୁର, ସୋନପୁର, କଳାହାଣ୍ଡି, ନୂଆପଡା, ବୌଦ୍ଧ ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+