ଲଘୁଚାପ ପ୍ରଭାବ: ୨୧ ତାରିଖରୁ ବର୍ଷା ! ୬ ଜିଲ୍ଲାକୁ ଆଲର୍ଟ
ଦକ୍ଷିଣପୂର୍ବ ବଙ୍ଗୋପସାଗର ସଂଲଗ୍ନ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଗୁରୁବାର ସକାଳେ ଏହି ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତକାଲି ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳର ମଧ୍ୟଭାଗରେ ଏକ ଅବପାତର ରୂପ ନେବାର ସମ
ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗର ସଂଲଗ୍ନ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଗୁରୁବାର ସକାଳେ ଏହି ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତକାଲି ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳର ମଧ୍ୟଭାଗରେ ଏକ ଅବପାତର ରୂପ ନେବାର ସମ୍ଭାବନା ରହିଛି ।

ଅବପାତର ରୁପ ନେବା ପରେ ପରବର୍ତ୍ତୀ ତିନି ଦିନ ଯାଏଁ ତାମିଲନାଡୁ -ପୁଡୁଚେରୀ ଏବଂ ଆନ୍ଧ୍ର ଉପକୂଳ ମୁହାଁ ହେବ । ଏହାର ପ୍ରଭାବରେ ଆସନ୍ତା ୨୧ ତାରିଖରେ ଓଡିଶା ଉପକୂଳରେ ବର୍ଷା ହେବାର ସମ୍ଭାବନା ରହିଛି । ୨୧ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, ମାଲକାନଗିରି, କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।
ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଶୀତ ଆରମ୍ଭ ହୋଇଯାଇଛି । ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ପ୍ରକୋପ ଅଧିକ ରହୁଛି । ଗତ ୨୪ ଘଣ୍ଟାରେ ଶେମିଳିଗୁଡ଼ାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଏଠାରେ ପାରଦ ୭.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ସେହିପରି ଜି ଉଦୟଗିରିରେ ତାମପାତ୍ରା ୮.୨ ଡିଗ୍ରୀ ରହିଥିବା ବେଳେ ମୋଟ୍ ୯ ଟି ସହରରେ ପାରଦ ୧୫ ଡିଗ୍ରୀ ତଳେ ରହିଛି ।












Click it and Unblock the Notifications