Odisha Matric Exam: ପ୍ରଶ୍ନପତ୍ରରେ ୱାଟର ମାର୍କ ଓ କ୍ୟୁଆର୍ କୋଡ୍ରୁ ମିଳିଲା ସୁଫଳ; ଏଥର ପ୍ରଶ୍ନପତ୍ର ହୋଇନି ଭାଇରାଲ୍
ୱାଟର ମାର୍କ ଓ କ୍ୟୁଆର୍ କୋଡ୍ ସଫଳ। ନୂଆ ଜ୍ଞାନ କୌଶଳ ପ୍ରୟୋଗ କାମ ଦେଲା କହିଲେ ବୋର୍ଡ ସଭାପତି । ପ୍ରଶ୍ନପତ୍ରରେ ୱାଟର ମାର୍କ ଓ କ୍ୟୁଆର୍ କୋଡ୍ରୁ ସୁଫଳ ମିଳିଲା।
ଏଥର ପ୍ରଶ୍ନପତ୍ର ଭାଇରାଲ୍ ହୋଇନି, ସମସ୍ତେ ସହଯୋଗ କରିଛନ୍ତି । AI କ୍ୟାମେରା ଦ୍ବାରା ପରୀକ୍ଷାରେ ଅନିୟମିତତା ଧରାପଡ଼ିଲା।

ସୂଚନାଯୋଗ୍ୟ, ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫେବୃଆରୀ ୨୧ରେ ଆରମ୍ଭ ହୋଇଥିଲା। ପରୀକ୍ଷାକୁ ଭଲ ଭାବେ ପରିଚାଳନା କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସବୁପ୍ରକାର ବ୍ୟବସ୍ଥା କରଯାଇଥିଲା। ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇଥିଲା। ସବୁ କେନ୍ଦ୍ର ଉପରେ ନଜର ରଖିବାକୁ ବୋର୍ଡ କାର୍ଯ୍ୟାଳୟରେ କଣ୍ଟ୍ରୋଲ ରୁମ୍ର ବ୍ୟବସ୍ଥା ହୋଇଥିଲା।
ଚଳିତବର୍ଷ ମାଟ୍ରିକ ପରୀକ୍ଷା ପାଇଁ ଓଡ଼ିଶାରେ ମୋଟ୍ ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରୀଛାତ୍ର ଫର୍ମପୂରଣ କରିଥିଲେ। ପରୀକ୍ଷାକୁ ସୂଚାରୁ ରୂପେ ଚଳାଇବା ପାଇଁ ମୋଟ୍ ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ର ହୋଇଥିଲା। ପ୍ରଶ୍ନପତ୍ର ରଖିବା ପାଇଁ ବୋର୍ଡ ପକ୍ଷରୁ ୩୧୪ଟି ନୋଡାଲ ସେଣ୍ଟର କରାଯାଇଥିଲା। ଏହାଛଡା ପରୀକ୍ଷା କେନ୍ଦ୍ରରେ ଯେମିତି ଅନିୟମିତତା ନହେବ ସେଥିପାଇଁ ଫ୍ଲାଇଂ ସ୍କ୍ୱାଡ୍, ସେଣ୍ଟ୍ରାଲ ଅବ୍ଜରଭର୍ ଓ ଜିଲ୍ଲା ସ୍ତରୀୟ ପର୍ଯ୍ୟବେକ୍ଷକ ନିୟୋଜିତ ହୋଇଥିଲେ ।
ଆସନ୍ତା ମାର୍ଚ୍ଚ ୧୯ ତାରିଖରୁ ଆରମ୍ଭ ହେବ ଖାତା ଦେଖା । ମାର୍ଚ୍ଚ ୧୯ରୁ ପାଖାପାଖି ୧୩ ଦିନ ଧରି ଛାତ୍ରଛାତ୍ରୀଙ୍କ ପରୀକ୍ଷା ଖାତାର ମୂଲ୍ୟାଙ୍କନ ହେବ । ପରୀକ୍ଷା ଖାତା ମୂଲ୍ୟାଙ୍କନ ସରିବା ପରେ ଦଶମ ରେଜଲ୍ଟ ପ୍ରକାଶ ହେବ ।
ରାଜ୍ୟରେ ଚାଲିଥିବା ୨୦୨୫ ମାଟ୍ରିକ ପରୀକ୍ଷା ଗୁରୁବାର ଶେଷ ହୋଇଛି। ଛାତ୍ରୀଛାତ୍ର ଆଜି ଶେଷଦିନରେ ତୃତୀୟ ଭାଷା ହିନ୍ଦୀ ଓ ସଂସ୍କୃତ ବିଷୟରେ ପରୀକ୍ଷା ଦେଇଥିଲେ। ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହୋଇ ସାଢ଼େ ୧୧ଟା ସମୟରେ ଶେଷ ହୋଇଥିଲା। ତେବେ ଚଳିତମାସ ୧୯ ତାରିଖରେ ମାଟ୍ରିକ ଖାତାଦେଖା ଆରମ୍ଭ ହେବାକୁ ଥିବାବେଳେ ଆସନ୍ତା ମେ'ପ୍ରଥମ ସପ୍ତାହରେ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି।












Click it and Unblock the Notifications