Get Updates
Get notified of breaking news, exclusive insights, and must-see stories!

Odisha Matric Exam: ସରିଲା ମାଟ୍ରିକ ଖାତା ଦେଖା

ମାଟ୍ରିକ୍ ଖାତା ମୂଲ୍ୟାୟନ ଶେଷ ହୋଇଛି । କେବଳ କିଛି ଅନ୍ୟ ଭାଷା ଉତ୍ତର ଖାତା ଯଥା ବେଙ୍ଗଲି, ତେଲୁଗୁ, ଉର୍ଦ୍ଧୁ ଭାଷାର ଖାତା ବୋର୍ଡ ଅଫିସ ପରିସରରେ ମୂଲ୍ୟାୟନ ଚାଲିଛି ।

ରାଜ୍ୟର ୫୨ଟି ଯାକ ମୂଲ୍ୟାୟନ କେନ୍ଦ୍ରରେ ମୂଲ୍ୟାୟନ ସରି ଉତ୍ତର ଖାତାଗୁଡ଼ିକ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) କାର୍ଯ୍ୟାଳୟରେ କଡ଼ା ସୁରକ୍ଷା ବ୍ୟବସ୍ଥାରେ ପହଞ୍ଚିବା ପରେ ସେଗୁଡ଼ିକର ଟାବୁଲେସନ୍ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ।

ଟାବୁଲେସନ୍ କିପରି ତ୍ରୁଟିଶୂନ୍ୟ ହେବ ସେଥିଲାଗି ବୋର୍ଡ କର୍ତ୍ତୃପକ୍ଷ ଗୁରୁତ୍ୱ ଦେଇଛନ୍ତି । ଏଥିଲାଗି ଦାୟିତ୍ୱରେ ଥିବା ଅଧିକାରୀମାନଙ୍କ ସହିତ କର୍ତ୍ତୃପକ୍ଷ ସମୀକ୍ଷା କରିଛନ୍ତି । ଟାବୁଲେସନ୍ ପରେ ପରୀକ୍ଷା ଫଳ ପ୍ରସ୍ତୁତ ଲାଗି ପ୍ରୋସେସିଂ କରାଯିବ ।

Odisha Matric Exam Sarila Matric Account Details

ମେ ମାସ ପ୍ରଥମ ସପ୍ତାହରେ ଫଳ ପ୍ରକାଶନ ଲାଗି ସମୟ ଧାର୍ଯ୍ୟ ରହିଥିବାରୁ ଟାବୁଲେସନ୍ ଓ ମାର୍କ ପ୍ରୋସେସିଙ୍ଗ୍ କାର୍ଯ୍ୟ ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ଶେଷ କରିବାକୁ ଧାର୍ଯ୍ୟ ରଖିଛନ୍ତି । ରୋଲ୍ ନମ୍ବର ଆଧାରରେ ମାର୍କ ପ୍ରୋସେସିଂ କାର୍ଯ୍ୟ ପରେ ସାର୍ଟିଫିକେଟ୍ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ ହେବ । ଫଳ ପ୍ରକାଶ ମାତ୍ରେ ଡିଜିଟାଲ୍ ସାର୍ଟିଫିକେଟ୍ ୱେବ୍ସାଇଟ୍ରେ ଉପଲବ୍ଧ କରାଇବା ପାଇଁ ବ୍ୟବସ୍ଥା ଥିବାରୁ ଶେଷ ସପ୍ତାହ ମଧ୍ୟରେ ସାର୍ଟିଫିକେଟ୍ ପ୍ରସ୍ତୁତି କାର୍ଯ୍ୟ ସାରିବା ପାଇଁ କର୍ତ୍ତୃପକ୍ଷ ଲକ୍ଷ୍ୟ ରଖିଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+